Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଏହି ରାଶିଙ୍କ ଉପରେ ହେବ ମହାଦେବଙ୍କ କୃପା

Rashmita Mishra
Browse all articles by Rashmita Mishra
·6 months ago·3 min read
ଏହି ରାଶିଙ୍କ ଉପରେ ହେବ ମହାଦେବଙ୍କ କୃପା
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

ମେଷ-
ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ବୃଷ-
ବହୁଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର‌୍ୟ୍ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ଅର୍ଥଲାଭ, ବନ୍ଧୁମିଳନ, ନୂତନ ସ୍ଥାନ ଭ୍ରମଣ ସୁଯୋଗ ପାଇବେ। ପ୍ରଶାସନିକ କ୍ଷେତ୍ରରେ ଅପ୍ରିୟ ସତ୍ୟ କହିବାରୁ ସମସ୍ୟା ଉପୁଜିପାରେ। ପୁରାତନ ରୋଗପୀଡ଼ା କାରଣରୁ ମାନସିକ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । କାର‌୍ୟ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ପରିସ୍ଥିତି ପ୍ରତି ନଜର ଦେଲେ କୌଣସି କାମ ଅଟକିବ ନାହିଁ। ପୁରୁଣା ଜିନିଷ ବିକ୍ରୟ କରି ନୂତନ ଜିନିଷ କ୍ରୟ ସକାଶେ ମନ ବଳିବ। ପରିବାର ମଧ୍ୟରେ ଛୋଟ କଥାକୁ ଧରିବସନ୍ତୁ ନାହିଁ ନତୁବା ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ଅଦଳବଦଳ ହୋଇଯିବାର ବହୁତ ସମ୍ଭାବନା ରହିଛି।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀଙ୍କର ପୂଜାର୍ଚ୍ଚନା କରନ୍ତୁ

ସିଂହ-
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ । ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ଉପସ୍ଥିତବୁଦ୍ଧି ଅନ୍ୟମାନଙ୍କୁ ଆପଣାର କରିବାରେ ସହାୟକ ହେବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତି ନେବା ଭଲ। କୌଣସି ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ତୁଳା-
ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ । ଛାତ୍ରଛାତ୍ରି ମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା-
ପ୍ରତିକୂଳ ପରିସ୍ଥିତି ସହ ଲଢ଼େଇ କରି କାର‌୍ୟ୍ୟ ହାସଲରେ ସମର୍ଥ ହେବେ। ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ନ ହେବାରୁ ପାରିବାରିକ ସମ୍ପର୍କ ହାନି ଘଟିବ। ଆନୁଷ୍ଠାନିକ କିମ୍ବା ସାମାଜିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ । ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ ପାଇବା ଦ୍ୱାରା କର୍ମକ୍ଷେତ୍ରର ସମସ୍ୟା ସମାଧାନରେ ସଫଳ ହେବେ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ମଧୁମୟ କରିବ। ସଭାସମିତିରେ କିମ୍ବା ଆଲୋଚନା କ୍ଷେତ୍ରରେ ସତକଥା କହି ବିବାଦୀୟ ହୋଇପାରନ୍ତି। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା, ସଙ୍ଗୀତ ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ
ପାରିବାରିକ ଜୀବନରେ ଅସ୍ଥିରତା ସୃଷ୍ଟି ହୋଇପାରେ। ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହେବା ସହ ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ଅସନ୍ତୁଷ୍ଟ ହୋଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Mahadev’s Blessings on These Zodiac Signs | Lord Shiva Grace & Horoscope Prediction | Argus News