Videos
|
Horoscope

Daily Horoscope / କେମିତି କଟିବ ଆଜି, ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି ଏହି ରାଶିର ବ୍ୟକ୍ତି

Santosh Kumar Sahoo
Browse all articles by Santosh Kumar Sahoo
·1 hour ago·3 min read
କେମିତି କଟିବ ଆଜି, ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି ଏହି ରାଶିର ବ୍ୟକ୍ତି
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ

ଶାରୀରିକ ଚିନ୍ତା ଦୂର ହେବ । ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ ।
ଶୁଭ ରଙ୍ଗ - ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଆରାଧନା କରନ୍ତୁ

ବୃଷ

ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ । ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । କିଛି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ

ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦ ଅନୁଭବ କରିବେ । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସଫଳତା ପ୍ରଦାନ କରିବ । ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । ମହିଳାମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ

ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ଆଜିର କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ସାଉଟିବେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା

ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ପିଲାଙ୍କ ସକାଶେ ଅଶାନ୍ତି ରହି କୌଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

ତୁଳା

କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀମାନେ ସତ ଚେଷ୍ଟା କରିଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜ୍ଜିତ କରିପାରିବେ । ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା

ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟ ସୂଚୀରେ ପରିବର୍ତନ କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ

ବ୍ୟବସାୟରେ ଆଂଶିକ ସଫଳତା ପାଇବେ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀମାନେ ପଢାରେ କଷ୍ଟ କରିବେ । ଶତୃଙ୍କର ଷଡଯନ୍ତ୍ରର ଶିକାର ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ମକର

ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ

ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ଅସଂଯମତା କାରଣରୁ ଗ୍ରାହକଙ୍କ ସହ ତର୍କ ବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ

କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ସାମାନ୍ୟ ସାମୟିକ ଶାରିରୀକ ପିଡା ଭୋଗିବାକୁ ପଡିବ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored