ଗୁରୁବାରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ ଏହି ରାଶିର ବ୍ୟକ୍ତି ବିଶେଷ

Key Points
ଆଜି ଖୋଲିଯିବ ଏହି ରାଶିଙ୍କ ଭାଗ୍ୟ...
ମେଷ-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ଛାତ୍ରଛାତ୍ରିଙ୍କର ସ୍ମରଣ ଶକ୍ତି ବୃଦ୍ଧି ହେବା ସହ ପାଠପଢାରେ ମନ ଦେବେ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମିଥୁନ-
କର୍ମଭାବରେ ଗୁରୁ ଆରୋଗ୍ୟଲାଭ, ପାରିବାରିକ ଶାନ୍ତି, କର୍ମାରମ୍ଭ ପାଇଁ ଖୁରାକି ଯୋଗାଇ ପାରନ୍ତି। ପରିସ୍ଥିତକୁ ସାମନା କରିବାକୁ ଯାଇ ଉପସ୍ଥିତି ବୁଦ୍ଧି ଯୋଗୁଁ ବିପଦ ମୁକ୍ତ ହେବେ। ଗତକାଲିର ଯୋଜନା ବଦଳାଇବା ପାଇଁ କଷ୍ଟ ସ୍ବୀକାର କରିବେ। ଅର୍ଥ ସମସ୍ୟା, ଯାନବାହନ, ନିର୍ମାଣ, ମାଙ୍ଗଳିକ କାର୍ୟ୍ୟରେ ବାଧା ଉପୁଜିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର୍ୟ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୈାଣସି ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ଅଦାଲତରେ ଜୟଯୁକ୍ତ ହେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ଗୁରୁଜନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ବେବେ। ଅଧିକାଂଶ ସମୟ ଘର ସାହସଜ୍ଜା କମ୍ବା ମରାମତିରେ ସମୟ ଅତିବାହିତ କରିବେ। ପାରିବାରିକ ସମସ୍ୟା ସମାଧାନରେ ଟାଳଟୁଳ ନୀତି ଗ୍ରହଣ କରି ପଶ୍ଚାନ୍ତେ ଅନୁତାପ କରିବାକୁ ପଡିପାରେ। କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ମାଙ୍କଡକୁ ଫଳ ଖାଇବାକୁ ଦିଅନ୍ତୁ
📱 Get Argus News App
✨କନ୍ୟା-
ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ଅବଶ୍ୟ ନିଜର କାର୍ୟ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ
ତୁଳା-
ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ବିଦ୍ଧି ପୂର୍ବକ ଶିବଙ୍କର ପୂଜା କରନ୍ତୁ
ଧନୁ- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କୃଷି ପଶୁରେ ଉନ୍ନତି ଓ ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । କାରବାରରେ ଆପଣଙ୍କୁ ଲାଭ ହୋଇପାରେ । ରାଜନୈତିକତା ଉତ୍ପରତା ବଢିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ
ମକର-
ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ- ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ
ମୀନ- ଆର୍ଥିକ ସି୍ଥତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କୋର୍ଟ କଚେରୀ ଓ ମାଲିମକଦ୍ଦମାରେ ବିଜୟୀ ହେବ । ମହିଳା ମାନେ କୈାଣସି ସଭାରେ ସମ୍ମାନିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ସୂର୍ୟ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ