Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଏହି ରାଶିର ବ୍ୟକ୍ତିଙ୍କ ନୂତନ ବ୍ୟବସାୟର ସୁଯୋଗ ମିଳିବ

Rashmita Mishra
Browse all articles by Rashmita Mishra
·6 months ago·3 min read
ଏହି ରାଶିର ବ୍ୟକ୍ତିଙ୍କ ନୂତନ ବ୍ୟବସାୟର ସୁଯୋଗ ମିଳିବ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ-
କୌଣସି ଆତ୍ମୀୟଙ୍କ ନକରାତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । ଛାତ୍ରଛାତ୍ରୀ ମାନେ ପଢାରେ ପ୍ରଂଶସିତ ହେବେ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ

ବୃଷ-
ଅର୍ଥ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ମିଳିବ ଏବଂ ତଦନୁସାରେ ଖର୍ଚ୍ଚର ଦିଗ ମଧ୍ୟ ବ୍ୟାପକ ହୋଇପାରେ । ରାଜନୀତି କ୍ଷେତ୍ରରେ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ । ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ସହଯୋଗ ପାଇବେ। ମାଲିମକଦ୍ଦମାର ବିଚାର ବିଳମ୍ବ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଅନ୍ୟମାନଙ୍କୁ ବୁଝାଇ କାମ ହାସଲ କରିବା ପାଇଁ ଚେଷ୍ଟା କରିବେ । ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ । ସହଯୋଗ କ୍ରମେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ମଧ୍ୟ ହୋଇଯିବ। ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

କର୍କଟ-
ବ୍ୟବସାୟ ଭଲରେ ଚାଲିବ ଓ ପାରିବାରିକ ଜୀବନ ମଧ୍ୟମ ଧରଣର ରହିବ । ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ସମର୍ଥ ହେବେ । ପ୍ରଶାସନିକ ସ୍ତରରେ କାର୍ଯ୍ୟଭାର ବୃଦ୍ଧି ଜନିତ ଆଜି ବ୍ୟସ୍ତତାରେ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ସିଂହ-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କଂପାନୀରେ ଚାକିରି ମିଳିପାରେ । ଲେଖାପଢାରେ ଧନ ଅର୍ଜନ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କନ୍ୟା-
ପତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟକଲେ ଉପକୃତ ହେବେ । କେତେକ କ୍ଷେତ୍ରରେ କାରନ ନଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି । କର୍ମ କ୍ଷେତ୍ରରେ ଥିବା ସମସ୍ତ ସମସ୍ୟାର ସମାଧାନ ହୋଇଯିବ । ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ତୁଳା-
ଶରୀରରେ ଆଘାତ ଲାଗିପାରେ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଆପଣଙ୍କୁ ଉପହାର ଦେବେ। କାହାକୁ କୌଣସି କଥା ବୁଝାଇବାରେ ଭୁଲ ହୋଇପାରେ । ରାଜନେତାଙ୍କର ସମାଜରେ ଆଦର ବଢିବ । ପଢାରେ ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର-ପର୍ଶୁରାମଙ୍କର ଫଟୋକୁ ପୂଜା କରନ୍ତୁ

ବିଛା-
ବ୍ୟବସାୟିକ ଦିଗରେ ଆଶାନୁଯାୟୀ ସଫଳତା ପାଇପାରନ୍ତି । ସବୁ ସୁବିଧା ଥିଲେ ମଧ୍ୟ ମନ ବିଚଳିତ ହୋଇପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ମନୋବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତରେ ସମ୍ମାନିତ ହେବେ । ସାମାଜିକ ସ୍ତରରେ ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଧନୁ-
ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ। କୌଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରିରେ ବେତନ ବୃଦ୍ଧିର ସମ୍ଭାବନା ଅଛି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ବକେୟା ଅର୍ଥ ପାଇପାରନ୍ତି । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ପାରିବାରିକ ଅସ୍ଥିରତା ଲାଗିରହିବା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ସାବଧାନ ରୁହନ୍ତୁ ନତବା, ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ହଜିଯିବାର ସମ୍ଭାବନା ରହିଛି। ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ଦି ଗୁଣା ହୋଇପାରେ । ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ । ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମହିଳା ମାନେ ପୁରାତନ ରୋଗର ପୀଡା ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | New Business Opportunities for People with This Amount | Investment & Startup News | Argus News