Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମହାଶିବରାତ୍ରିରେ ବଦଳିବ ଏହି ରାଶିଦ୍ୱୟଙ୍କ ଭାଗ୍ୟ

Horoscope

ମହାଶିବରାତ୍ରିରେ ବଦଳିବ ଏହି ରାଶିଦ୍ୱୟଙ୍କ ଭାଗ୍ୟ

Banajyotshna Ray
Browse all articles by Banajyotshna Ray
·1 year ago·4 min read
ମହାଶିବରାତ୍ରିରେ ବଦଳିବ ଏହି ରାଶିଦ୍ୱୟଙ୍କ ଭାଗ୍ୟ

ଆଜି ଫାଲଗୁନ କୃଷ୍ଣ ପକ୍ଷର ଉଦୟା ତିଥି ତ୍ରୟୋଦଶୀ ବୁଧବାର। ଆଜି ହେଉଛି ମହାଶିବରାତ୍ରି। ଚଳଚଞ୍ଚଳ ସମସ୍ତ ଶୈବପୀଠ। ତେବେ ଆସନ୍ତୁ ଜାଣିବା ଆଜିର ରାଶିଫଳ। କେମିତି କଟିବ ଆଜିର ଦିନ।

ମେଷ-
ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ସାମଗ୍ରିକ କ୍ଷେତ୍ରରେ ଶୁଭଫଳ ଲାଭକରି ଆନନ୍ଦ ଅନୁଭବ କରିବେ। ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ କର୍ମାରମ୍ଭ କରିପାରନ୍ତି। ଅବଶ୍ୟ ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ପଡ଼ୋଶୀ ସାହାଯ୍ୟ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ବୃଷ-
ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ଘରର କେତେକ ଅକୁହା କଥାକୁ ଆଲୋଚନାକରି ମନରେ ଆଲୋଡ଼ନ ସୃଷ୍ଟି ହେବ। ଅବଶ୍ୟ ଧନ ସ୍ଥାନସ୍ଥ ବୃହସ୍ପତିଙ୍କ ପ୍ରଭାବରୁ ଅଭାବ ଅନଟନ ରହିବ ନାହିଁ। ଆକସ୍ମିକ ଭାବରେ ବନ୍ଧୁଙ୍କ ଆହ୍ବାନରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ମିଥୁନ-
ବନ୍ଧୁ ପରାମର୍ଶରେ ଅଭାବ ପୂରଣ ଦିଗରେ ଚେଷ୍ଟା କଲେ ସଫଳତା ମିଳିବ। କାମ ପୂର୍ଣ୍ଣାଙ୍ଗ କରିବାରେ ପଡ଼ୋଶୀଙ୍କ ଅବଦାନ ଅବିସ୍ମରଣୀୟ ରହିବ। ସରକାରୀ ସ୍ତରରୁ ବକେୟା ପାଇବାରେ ବିଳମ୍ବ କାରଣରୁ ଅଶାନ୍ତ ରହିପାରନ୍ତି। ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ-
କୈାଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟରେ ଶାଖା ପ୍ରଶାଖା ଖୋଲିବା ସକାଶେ କିଛି ନୂତନତ୍ୱ ଯୋଡ଼ି ପାରନ୍ତି। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍ ବୁଝି ପାରିବାରିକ ସମ୍ପର୍କକୁ ତିକ୍ତ କରିପାରନ୍ତି। କଳା, ସାହିତ୍ୟାଦି ମନୋରଞ୍ଜନ କାର‌୍ୟ୍ୟରେ ନିଜକୁ ସାମିଲ କରିପାରନ୍ତି।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ସିଂହ-
ମାନସିକ ଅସ୍ଥିରତା ମଧ୍ୟରେ ଦୂରଯାତ୍ରା ସହ କାମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ। ଯାହା ଖୋଜୁଥିଲେ ତାହା ନିର୍ଦ୍ଦିଷ୍ଟ ସମୟରେ ନ ପାଇଲେ ମଧ୍ୟ ବିଳମ୍ବରେ ପାଇବେ। ଖାଦ୍ୟର ଅନିୟମିତତା କାରଣରୁ ପେଟ ଗୋଳମାଳରୁ ପୀଡ଼ା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

କନ୍ୟା-
ନିଜ ଲୋକମାନଙ୍କର ଭୁଲ୍ ଧାରଣା ବୃଦ୍ଧିପାଇ କଳହର ରୂପ ନେଇପାରେ। ଆଜି ଆପଣ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନପରେ ପାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ସହ ନୂତନ ସମସ୍ୟା ସୃଷ୍ଟି ହେବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ଅନ୍ୟମନସ୍କଜନିତ ଧନହାନି ଘଟିବାର ସୂଚନା ରହିଛି। କର୍ମକ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ ମାତ୍ର ପରିଶେଷରେ ସଫଳତା ହାସଲ କରିବେ। ତଥାପି ପ୍ରତ୍ୟେକ କାମରେ ଆଗପଛ ବିଚାର କରି ହାତ ଦେବା ଭଲ ହେବ। ପୂର୍ବ ବିବାଦକୁ କେନ୍ଦ୍ରକରି ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ବିଛା-
କର୍ମକ୍ଷେତ୍ରରେ କାର‌୍ୟ୍ୟବ୍ୟସ୍ତତା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆପଣଙ୍କ ଲୋକପ୍ରିୟତାରୁ ମିତ୍ରମାନେ ଈର୍ଷାପରାୟଣ ହୋଇପାରନ୍ତି। ମାତ୍ରାଧିକ ଭ୍ରମଣ ଯୋଗୁ ସନ୍ଧ୍ୟା ସମୟରେ କ୍ଳାନ୍ତି ଅନୁଭବ କରିବେ। କୌଣସି ମୂଲ୍ୟବାନ୍ ଜିନିଷ କିଣିବା ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ

ଧନୁ-
ନିଜ ଚିନ୍ତାଧାରାର ବିପରୀତ କାର‌୍ୟ୍ୟକଳାପକୁ ଦେଖିଲେ ମଧ୍ୟ ନ ଦେଖିଲା ପରି ରହିବାକୁ ବାଧ୍ୟ ହେବେ। ନୂତନ କାର‌୍ୟ୍ୟରେ ହାତ ଦେଇ କୃତକାର‌୍ୟ୍ୟ ହେବାରୁ ମନ ଖୁସି ରହିବ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡ଼ିପାରେ। ଅନ୍ୟଦ୍ୱାରା ଅନୁପ୍ରେରିତ ହୋଇ ଭୁଲ୍ ବୁଝାମଣା ଯୋଗୁ ପାରିବାରିକ କ୍ଷେତ୍ର ବିବାଦୀୟ ରହିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ସମସ୍ୟା ପିଛା ନ ଛାଡିଲେ ମଧ୍ୟ ଆପଣ ନୀରବ ନ ରହି ପ୍ରତିକାରମୂଳକ ପଦକ୍ଷେପ ନେଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ବିଳମ୍ବରେ ପାଇବେ। ଦୀର୍ଘଦିନରୁ ଶଯ୍ୟାଶାୟୀ ରୋଗିଣା ପିତାଙ୍କ ସ୍ବାସ୍ଥ୍ୟ ଚିନ୍ତାର କାରଣ ହୋଇପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପ୍ରାୟତଃ ଭଲ ରହିବା ଯୋଗୁ ଆଶ୍ୱସ୍ତିଲାଭ କରିବେ। ସଂଗଠନ, ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ନିଜ ପରିଜନଙ୍କ ସହିତ ସତ୍ସଙ୍ଗ, ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟ ପ୍ରତି ରୁଚି ବଳିବ। ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ସମାଜ ସେବାରେ ସ୍ୱନାମ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ବ୍ୟବସାୟରେ ଲାଭଜନକ ହେବ । ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ


ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Numerology Horoscope Today: Predictions for February 26, 2025 | Argus News