Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ: ସତର୍କ ରୁହ ଏହି ରାଶି...

Banajyotshna Ray
Browse all articles by Banajyotshna Ray
·1 year ago·3 min read
ଆଜିର ରାଶିଫଳ: ସତର୍କ ରୁହ ଏହି ରାଶି...

ଅର୍ଗସ ବ୍ୟୁରୋ: ଆଜି ଆପଣଙ୍କ ଦିନ କେମିତି କଟିବ, ଜାଣିବାକୁ ଚାହୁଁଛନ୍ତି କି। ନଜର ପକାନ୍ତୁ ଏହି ରାଶିଫଳ ଉପରେ। 


ମେଷ-
ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ମିଳିବ । ମନକୁ ଆଘାତ ଲାଗିଲା ପାରି କଥା ଶୁଣିବାକୁ ପାଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

ବୃଷ-
ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-
ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ଦାମ୍ପତ୍ୟ ଜୀବନରେ ପତିପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ । ବିନିଯୋଗ କରିବାର ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ

କର୍କଟ-
କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି । ସାମାଜିକ ପ୍ରତିଷ୍ଠା,ମାନସମ୍ମାନ, ବୃଦ୍ଧି ପାଇବ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୂବନେଶ୍ୱରୀଙ୍କ ଗାୟତ୍ରୀମନ୍ତ୍ର ପାଠ କରନ୍ତୁ

ସିଂହ-
ବିବାହିତ ଜୀବନରେ ମଧୁରତା ଦେଖାଦେବ । ସରକାରୀ କ୍ଷେତ୍ରରୁ ଲାଭ ପାଇ ପାରିବେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

କନ୍ୟା-
କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ତୁଳା-
ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମ କ୍ଷେତ୍ରରେ ସହକର୍ମୀ ମାନେ କୌଶଳ କରି ଆପଣଙ୍କ ଠାରୁ କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବାଦବିବାଦ, ମକଦ୍ଦମାରେ ବିଜୟୀ ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଧନୁ-
ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମକର-
ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ମୀନ-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ପରିବାରରେ କୈାଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ । ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Numerology Horoscope Today: Predictions for January 31, 2025 | Argus News