ଆଜିର ରାଶିଫଳ: ଜାଣି ରଖନ୍ତୁ କେଉଁ ରାଶି ପାଇଁ କଣ ରହିଛି...

Key Points
ରାଶି ବଦଳେଇଦବ ଭାଗ୍ୟ
ସତର୍କ ରୁହ ଏହି ରାଶିଦ୍ୱୟ
ମେଷ-
ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରି ମାନେ ପଢାରେ ଅବେହଳା କରି ପାରନ୍ତି । ମହିଳା ମାନଙ୍କ ମନବଳ ବୃଦ୍ଧି ଘଟିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । କାର୍ୟ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ସାମାଜିକ ସ୍ତରରେ ଗଠନମୂଳକ କାର୍ୟ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ । ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ଼ କରିବା ପାଇଁ ପ୍ରୟାସ କରିବେ । ଆପଣଙ୍କର ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ । ପରୀକ୍ଷା ପ୍ରାର୍ଥୀମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ । ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ପଡୋଶିଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ । କୈାଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ । ଛାତ୍ରଛାତ୍ରି ମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ପେଟରେ କଷ୍ଟ ଅନୁଭବ କରିବେ । ଭାଇ-ଭଉଣୀଙ୍କ ଖୁସି ପାଇଁ ପାରିବାରରେ ଶାନ୍ତି କେତେଂକାଶରେ ଦେଖାଦେବ । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ । ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି । ଉପଯୁକ୍ତ ସମୟରେ ଆଶା କରୁଥିବା ଦିଗରୁ ଅର୍ଥଲାଭ ହୋଇପାରେ । ଛାତ୍ରଛାତ୍ରି ମାନେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଧନୁ-
ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ । ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆପଣ ଏକ ନୂତନ କାର୍ୟ୍ୟ ଆରମ୍ଭ କରିବେ । ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ