Videos
|
Horoscope

Daily Horoscope Today / ଆଜି ଅକ୍ଟୋବର ୧୦ ତାରିଖ, ଶନିବାର…କେଉଁ ରାଶି ପାଇଁ କେମିତି ରହିବ ଦିନ ଜାଣି ନିଅନ୍ତୁ

Ritu Das
Browse all articles by Ritu Das
·1 hour ago·3 min read
ଆଜି ଅକ୍ଟୋବର ୧୦ ତାରିଖ, ଶନିବାର…କେଉଁ ରାଶି ପାଇଁ କେମିତି ରହିବ ଦିନ ଜାଣି ନିଅନ୍ତୁ
India

Key Points

  • ମେଷ-
ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ 
  • ମେଷ-

ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉତଥାନ,ପତନରେ ଗତି କରିବେ । ମିତ୍ରଙ୍କ ଠାରୁ ବହୁତ ସାହାର‌୍ୟ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତ୍ରୁମାନଙ୍କୁ ମୁକାବିଲା କରିପାରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

  • ବୃଷ-

ଆଶା କରିଥିବା ଦିଗରୁ କୌଣସି ମୂଲ୍ୟବାନ ଜିନିଷ ପ୍ରାପ୍ତ ହେବ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ଯୋଗୁ ଚିନ୍ତିତ ରହିପାରନ୍ତି । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

  • ମିଥୁନ-

ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

  • କର୍କଟ-

ବ୍ୟବସାୟ, ବାଣିଜ୍ୟ, ଜମିଜମା କାରବାର, ନିର୍ମାଣ, ପରିବହନରୁ ଭଲ ଲାଭ ପାଇବେ । ଆର୍ଥିକ ଉନ୍ନତି ସାଙ୍ଗକୁ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦିତା, ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ । ପଡୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହୋଇପାରନ୍ତି । ଘର ତିଆରି, ଯାନବାହନ ମରାମତିରୁ ଉପକୃତ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
  • ସିଂହ-

କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ କରିବେ । ଉତରାଧିକାରୀ ଓ ପୈତୃକ ସମ୍ପତ୍ତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

  • କନ୍ୟା-

ପର ଉପରେ ନିର୍ଭର କରିବା କାରଣରୁ କେତେକ ବ୍ୟତିକ୍ରମ ଦେଖାଦେଇପାରେ । ଦାୟିତ୍ୱପୂର୍ଣ୍ଣ କାମରେ ଅବହେଳା କରି ପଦସ୍ଥ ବ୍ୟକ୍ତିଙ୍କ ଦ୍ୱାରା ଅପମାନିତ ହୋଇପାରନ୍ତି । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ବନ୍ଧୁଙ୍କ ଜରିଆରେ ପାଇ ଉଲ୍ଲସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

  • ତୁଳା-

କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

  • ବିଛା-

କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି । ଯାତ୍ରା କାଳରେ ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ । ଗୁରୁଜନମାନଙ୍କ ପରାମର୍ଶ କ୍ରମେ ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଜମିଜମା କାରବାର, ନିର୍ମାଣ ବାଣିଜ୍ୟ, ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ

  • ଧନୁ-

ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଆଧାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି । ନୂତନ ବନ୍ଧୁଙ୍କ ଭେଟ ହେବା ଫଳରେ ଅଟକି ଯାଇଥିବା କାମକୁ ସମ୍ପୂର୍ଣ୍ଣ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

  • ମକର-

କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସହଯୋଗ ସହ ସୁଖ ସମ୍ମାନ ପାଇ ଖୁସି ହେବେ । ସାମୟିକ ଭାବରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି । ଅଜଣା ଲୋକଙ୍କ ଉପରେ ବିଶ୍ୱାସ କରି ହଇରାଣରେ ପଡିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

  • କୁମ୍ଭ-

ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ । ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

  • ମୀନ-

ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଖୁସି ଅନୁଭବ କରିବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ