Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଅକ୍ଟୋବର ୨୮ ତାରିଖ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିଙ୍କର ଆଜି କେମିତି ରହିବ ଦିନ?

Ritu Das
Browse all articles by Ritu Das
·8 months ago·3 min read
ଅକ୍ଟୋବର ୨୮ ତାରିଖ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିଙ୍କର ଆଜି କେମିତି ରହିବ ଦିନ?

Key Points

ମେଷ-
ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।
ମେଷ-
ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଆର୍ଥିକ ମାମଲାକୁ ନେଇ ସତର୍କ ରୁହନ୍ତୁ । ପରିଶ୍ରମ ବଳରେ ଆପଣଙ୍କୁ ସଫଳତା ମିଳିବ । ମଉଜ ମସ୍ତିରେ ସମୟ କଟିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ

ବୃଷ-
ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ମିଥୁନ-
ଦୈନଦିନ କାର୍ଯ୍ୟ ସୂଚୀରେ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ଜୀବନ ସାଥୀଙ୍କ ସହ ଘରକିଣିବା ପାଇଁ ଯୋଜନା କରିବେ । କାହାରିକୁ ଅଧିକ ସମାଲୋଚନା କରନ୍ତୁ ନାହିଁ । ଆପଣ ପ୍ରତ୍ୟେକ କାମ ନିଜେ କରନ୍ତୁ । ବାପାମାଆଙ୍କ ସହ ଧର୍ମାନୁଷ୍ଠାନକୁ ଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କର୍କଟ-
ସାମାଜିକ ପ୍ରତିଷ୍ଠା,ମାନସମ୍ମାନ, ବୃଦ୍ଧି ପାଇବ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

ସିଂହ-

ପରିବାରରେ ସମସ୍ୟା ଭିତରେ ଗତିକରି ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ସେବା ଭାବନାରେ ଉନ୍ମୁଖ ହୋଇପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ।

କନ୍ୟା-
ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-

ଦେହ ଓ ମନ ଭଲ ରହିବ । କାର୍ଯ୍ୟରେ ସଫଳତା ମିଳିବାରୁ ଆପଣଙ୍କ ମନ ପ୍ରଶଂନ୍ନ ରହିବ । ଆୟରେ ଉନ୍ନତି ଘଟିବ । ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ମଉଜ ମଜଲିସରେ ଦିନ ବିତାଇ ପାରନ୍ତି। ଧାର୍ମିକ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ।

ବିଛା-
ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତ୍ରୁ ଓ ବିରୋଧୀ ଅପଦସ୍ତ ହେବେ । ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ

ଧନୁ-
ଲୋକମାନେ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରିପାରନ୍ତି । ପଢାପଢି ଖେଳ କୁଦରେ ପ୍ରଶଂସା ମିଳିପାରେ । ଶତ୍ରୁମାନଙ୍କ କାର୍ଯ୍ୟରୁ ଲାଭ ମିଳିବ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟିହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ମକର-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ । ପରିବାରରେ କୌଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ ।ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ସମ୍ପର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ସମ୍ମାନ ହାନି ଘଟିପାରେ । ଚାକିରିରେ ସେବାକୁ ବିସ୍ତାର କରିବା ପାଇଁ ଚେଷ୍ଟା କରିବେ । ଭୂମି ଲାଭର ସୂଚନା ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ମୀନ-
ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
October 28 Horoscope: How Will Today Be for Your Zodiac Sign? | Argus News