Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜିର ରାଶିଫଳ; ଆଳସ୍ୟ କରନ୍ତୁନି, ନହେଲେ ସୁଯୋଗ ହାତଛଡ଼ା ହେବ

Horoscope

Today Horoscope / ଆଜିର ରାଶିଫଳ; ଆଳସ୍ୟ କରନ୍ତୁନି, ନହେଲେ ସୁଯୋଗ ହାତଛଡ଼ା ହେବ

Debashree Debasmita Sahoo
Browse all articles by Debashree Debasmita Sahoo
·1 hour ago·4 min read
ଆଜିର ରାଶିଫଳ; ଆଳସ୍ୟ କରନ୍ତୁନି, ନହେଲେ ସୁଯୋଗ ହାତଛଡ଼ା ହେବ
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ପାଖରେ ଥିବା ଲୋକଟି ବହୁତ ଉପକାରରେ ଆସିବା ସମ୍ଭାବନା ରହିଛି । ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ । ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ବୃଷ -
ପ୍ରତିବନ୍ଧକ ଓ ପ୍ରତିରୋଧ କାରଣରୁ ଚେଷ୍ଟା କରୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ । ଅଫିସରେ ଥିବା ସମୟରେ ଅସମର୍ଥିତ ସୂତ୍ରରୁ କୌଣସି ଶୁଭ ଖବର ଶୁଣି ଖୁସି ହେବେ । ଆଳସ୍ୟ ଓ ଅବହେଳା ଯୋଗୁଁ ସୁଯୋଗ ହାତଛଡ଼ା ହୋଇପାରେ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ । ବହୁତ ଦିନର ଆଶା ପୂରଣ ହେବା ସହ କୌଣସି ନୂତନ କାମରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ । ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ଘରୋଇ ଅଶାନ୍ତି ଲାଗି ରହିବା ପଛରେ ପାରିବାରିକ ମତାନ୍ତର ହିଁ କାରଣ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ତାହା ନିର୍ବିଘ୍ନରେ ସମ୍ପାଦିତ ହେବ । ଅଫିସ୍‌ରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଆପଣ ଅନ୍ୟମାନଙ୍କ ସାହାଯ୍ୟ ନେଇ ଶତ୍ରୁତା ଓ ସମସ୍ୟାର ଅବସାନ ଘଟାଇବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେପରି କିଛି ଅସୁବିଧା ହେବ ନାହିଁ । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ । ସାମାନ୍ୟ ବିଳମ୍ବିତ ସମୟରେ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

କନ୍ୟା-
କର୍ମକ୍ଷେତ୍ରରେ କୌଣସି ଅଜଣା ବ୍ୟକ୍ତିଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବା ସମ୍ଭାବନା ରହିଛି । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ତୁଳା-
ଆଜିର କର୍ମକ୍ଷେତ୍ରରେ ଦକ୍ଷତାଭିତ୍ତିକ କୃତି ଓ କୃତିତ୍ୱ କାରଣରୁ ପ୍ରଶଂସିତ ହେବେ । ଆନୁଷ୍ଠାନିକ କାମରେ, ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମ୍ପର୍କ ବ୍ୟାହତ ହେବ । ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ଅତ୍ୟଧିକ ଭ୍ରମଣ ଓ କାର୍ଯ୍ୟ ବ୍ୟସ୍ତତା କାରଣରୁ ଦେହ ସାମାନ୍ୟ ଭଲ ଲାଗି ନ ପାରେ । ପରିସ୍ଥିତି ଦୃଷ୍ଟିରୁ ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି କଥାବାର୍ତ୍ତା କରିବା ଭଲ । ବାକ୍ ଅସଂଯମ ଯୋଗୁ ସୁସମ୍ପର୍କ ବ୍ୟାହତ ହେବ । ପାରିବାରିକ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ କାମରେ ତାହା ବାଧକ ହେବ ନାହିଁ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ସକାଳୁ ଘରେ ଟିକିଏ ଜୋର୍ ଦେଇ କଥା କହିବା କାରଣରୁ ଅନ୍ୟମାନେ ନାପସନ୍ଦ କରିବେ । ଯେତେ ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ । ଆନୁଷ୍ଠାନିକ କାର୍ଯ୍ୟରେ ଛୋଟ କଥାଟିକୁ କେନ୍ଦ୍ରକରି ମତାନ୍ତର ଘଟିପାରେ । ଆଜିର କର୍ମାରମ୍ଭ, ବ୍ୟବସାୟ ଏବଂ ପରିଜନଙ୍କ ସହ ଯାତ୍ରା ପ୍ରୀତିପ୍ରଦ ରହିବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ନିଜ ଲୋକଙ୍କୁ ମନେଇ କାମ ହାସଲ କରିବାର ସୁଯୋଗ ଜୁଟିବ । ଆଇନ ଅଦାଲତ, ପ୍ରତିଯୋଗିତା, ଶିଳ୍ପ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ । ବନ୍ଧୁଙ୍କ ନିକଟରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ପାଖ ପଡ଼ୋଶୀ ସହାୟତା କରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ଭଲ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ । ସନ୍ଦେହଜନିତ ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ । ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଚେଷ୍ଟା କରୁଥିବା କାମରେ ସଫଳତା ହାସଲ କରି ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ

ମୀନ-
ବନ୍ଧୁମାନେ ଈର୍ଷାପରାୟଣ ହୋଇ ଭାବପ୍ରବଣବଶତଃ ଓଲଟା କଥା କହିବା କାରଣରୁ ଅପଦସ୍ଥ ହୋଇପାରନ୍ତି । କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବା କାରଣରୁ କେତେକ କାମ ଅଟକି ରହିଯିବ । କଳା, ସାହିତ୍ୟରେ ଉନ୍ନତି କରିବେ ଓ ସମସ୍ୟା ସମାଧାନ କରିବାରେ ସଫଳତା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Daily Odia Horoscope: Ajira Rashifala for All Zodiac Signs | Argus News