Videos
|
Horoscope

Today Horoscope / ଏହି ରାଶି ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ସୁଖରେ ଭରିଯିବ; ଜାଣନ୍ତୁ କେମିତି କଟିବ ଆଜିର ଦିନ

Debashree Debasmita Sahoo
Browse all articles by Debashree Debasmita Sahoo
·1 hour ago·3 min read
ଏହି ରାଶି ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନ ସୁଖରେ ଭରିଯିବ; ଜାଣନ୍ତୁ କେମିତି କଟିବ ଆଜିର ଦିନ
Today Horoscope

Key Points

ଜାଣନ୍ତୁ କେମିତି କଟିବ ଆଜିର ଦିନ
ପଢନ୍ତୁ ଆଜିର ଭାଗ୍ୟଫଳ
ମେଷ-
ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜୀବନ ସାଥୀ କୌଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରିକ୍ଷାରେ ସଫଳ ହେବେ । ମହିଳା ମାନେ ଧର୍ମପରାୟଣ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବୃଷ-
ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ମିଥୁନ-
ଦାମ୍ପତ୍ୟ ଜୀବନରେ ପତୀପତ୍ନୀଙ୍କ ମଧ୍ୟରେ ଥିବା ତିକ୍ତତା ଦୂରିଭୂତ ହୋଇଯିବ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମାଲିମକନ୍ଦମାରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଅଦାଲତରୁ ଶୁଭଫଳ ପାଇବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପୂର୍ଣ୍ଣ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁବନେଶୁରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ଶାରିରୀକ କ୍ରୀଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକାମାନେ ବିଶ୍ୱାସ ଭାଜନ ହେବେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ତୁଳା-
ପରିବାରରେ ପୁତ୍ର ସନ୍ତାନର ଲାଭ ମିଳିବ । ବ୍ୟବସାୟରେ ଉନ୍ନତି କରିବେ । କୋର୍ଟର ତାରିଖ ଶୀଘ୍ର ଧାର୍ଯ୍ୟ ହେବ । ମହିଳା ମାନେ କର୍ମତତ୍ପର ରହିବେ । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ବିଛା-
କୌଣସି ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । ପ୍ରେମ ଜୀବନ ଭଲ ରହିବ । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କ୍ରିଡା ,ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ଜାଗା, ଜମି ଆଦି କ୍ରୟ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା' ତାରାଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ଶରୀର ଭଲ ରହିବା ସହିତ ମିଷ୍ଟାନ୍ନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳା ମାନେ କର୍ମତତ୍ପର ରହିବେ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଶାମି ଗଛ ତଳେ ସୋରିଷ ତେଲରେ ଏକ ଦୀପ ଜାଳନ୍ତୁ

ମୀନ-
ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ । କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମନ ମୁତାବକ ଭୁମି ଚୟନ କରି ତାକୁ କ୍ରୟ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ଖାଇବାକୁ ଦିଅନ୍ତୁ

Related Topics

Explore more stories