Videos
|
Horoscope

Kartika Purnima horoscope / ସକାଳୁ ବନ୍ଧୁ ମିଳନ ହେବ; ଏମାନଙ୍କ ଉପରେ ହୋଇପାରେ ଧନବର୍ଷା

Debashree Debasmita Sahoo
Browse all articles by Debashree Debasmita Sahoo
·41 mins ago·3 min read
ସକାଳୁ ବନ୍ଧୁ ମିଳନ ହେବ; ଏମାନଙ୍କ ଉପରେ ହୋଇପାରେ ଧନବର୍ଷା
Today Horoscope

Key Points

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା
କେମିତି କଟିବ ଆପଣଙ୍କ ଦିନ
ପଢନ୍ତୁ ଆଜିର ରାଶିଫଳ
ମେଷ-
କର୍ମକ୍ଷେତ୍ରରେ କାର୍ଯ୍ୟ ହାସଲଜନିତ ମାନସିକ ସ୍ଥିତି ଭଲ ରହିବ । ଯେଉଁ ଜିନିଷଟିକୁ ପାଇବାକୁ ବହୁତ ଦିନରୁ ଆଶା କରି ବସିଛନ୍ତି ତାହା ଆଜି ପାଇପାରିବେ । ରାଜନୀତି, ପ୍ରଶାସନ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ବନ୍ଧୁମାନଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ସମସ୍ତ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା' ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-
ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୈାଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ମହିଳା ମାନଙ୍କର ମନ ଖୁସି ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ଅବସର ସମୟରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ । ଯାତ୍ରାକାଳୀନ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ । ସଭାସମିତିରେ ଯୋଗଦେଲେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରେ ଆସି କାମ ହାସଲ କରିପାରିବେ । କାର୍ଯ୍ୟ ବ୍ୟସ୍ତତା କାରଣରୁ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୌଭାଗ୍ୟ ପ୍ରଦାନ କରିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶିକ୍ଷାର୍ଥୀମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ଗଠନମୂଳକ ପ୍ରେରଣା ଦେଇ ନିଜର ଦକ୍ଷତା ଓ ସହଯୋଗୀ ମନୋବୃତ୍ତି କାରଣରୁ କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ବିଭିନ୍ନ ପ୍ରକାରର ସମସ୍ୟାର ଅନ୍ତ ଘିଟି ନ ଥିବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଦେହ ଭଲ ରହିଲେ ମଧ୍ୟ ସାମୟିକ ବାତବ୍ୟାଧି ଜନିତ ରୋଗରେ କଷ୍ଟ ପାଇପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-

ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ । ଯାନବାହାନ, ଲାଭ ସାଙ୍ଗକୁ ମନୋରଞ୍ଜନ ଓ ମାଙ୍ଗଳିକ କାମରୁ ଖୁସି ରହିବେ । ଅନ୍ୟର ସାହାର‌୍ୟ୍ୟ, ସମର୍ଥନ ଲକ୍ଷ୍ୟ ହାସଲରେ ସହାୟକ ହୋଇପାରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ବିଶିଷ୍ଟ ବ୍ୟକ୍ତିଙ୍କ ଆମନ୍ତ୍ରଣ ରକ୍ଷାକରି ଆକସ୍ମିକ ଯାତ୍ରା କରିବାକୁ ପଡ଼ିପାରେ । ଆଜି ବନ୍ଧୁ ଠିକ ଖବର ଦେବାରେ ହେଳା କରିପାରନ୍ତି । ଆର୍ଥିକ ସ୍ଥିତି କେତେକାଂଶରେ ବଦଳି ଯାଇଥିବାରୁ କାମ ସ୍ଥଗିତ ରହିଯାଇପାରେ । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ବିଛା-
କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରିରୀକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ । ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା' ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଧନୁ-
ସକାଳୁ ବନ୍ଧୁ ମିଳନରୁ ଉତ୍ସାହିତ ହେବେ ଏବଂ ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇପାରନ୍ତି । ସ୍ତ୍ରୀଙ୍କ ଅମନଯୋଗୀ ଓ ଚିଡ଼ା ସ୍ଵଭାବଜନିତ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହେବ। କର୍ମାରମ୍ଭ ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ଋତ ହେବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମାଧାନ କରିବେ । ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତବ୍ୟରେ ତ୍ରୁଟି ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଭାବ ପ୍ରବଣତାକୁ ଲଗାମ ଦେଇ ଆଗକୁ ବଢ଼ି ଚାଲିଲେ ସବୁ ଠିକ୍ ହୋଇଯିବ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ ଅନ୍ୟଥା ପରେ ଅନୁତାପ କରିବାକୁ ପଡ଼ିପାରେ। ରଚନାତ୍ମକ କାର୍ଯ୍ୟ, ଗବେଷଣା, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉନ୍ନତି କରିବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯାଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦ୍ଵରେ ପଡିପାରନ୍ତି । ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ