Videos
|
Horoscope

Today Horoscope / ଏମାନଙ୍କର ଆଜି ସବୁ ଆଶା ପୂରଣ ହେବ; ଘରୁ ବାହାରିବା ପୂର୍ବରୁ ପଢନ୍ତୁ ନିଜର ଭାଗ୍ୟଫଳ

Debashree Debasmita Sahoo
Browse all articles by Debashree Debasmita Sahoo
·1 hour ago·4 min read
ଏମାନଙ୍କର ଆଜି ସବୁ ଆଶା ପୂରଣ ହେବ; ଘରୁ ବାହାରିବା ପୂର୍ବରୁ ପଢନ୍ତୁ ନିଜର ଭାଗ୍ୟଫଳ
Today Horoscope

Key Points

ଆଜି ମହାନବମୀରେ କେମିତି କଟିବ ଆପଣଙ୍କ ଦିନ
ଘରୁ ବାହାରିବା ପୂର୍ବରୁ ପଢନ୍ତୁ ନିଜର ଭାଗ୍ୟଫଳ
ମେଷ-
ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମ କ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତମାନର ଆଲୋଚନା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ

ବୃଷ-
ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ପିଲାମାନେ ଦ୍ୱନ୍ଦ୍ଵ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ଅନ୍ୟର ଭଲ କାମ କରିବାକୁ ଯାଇ ଅପମାନିତ ହୋଇପାରନ୍ତି । ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ପଡୋଶୀ ଏବଂ କୁଟୁମ୍ବ ସହ ଲାଗିରହିଥିବା କଳହର ସମାଧାନ ହୋଇଯିବ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ଵ ଦୂରେଇ ଯିବ । ଛାତ୍ରଛାତ୍ରୀ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଜଳସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବୃଦ୍ଧିଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ତୁଳା-
ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବେ ଫଳରେ ସୁଖଶାନ୍ତି ଫେରି ଆସିବ । ବାଣିଜ୍ୟ ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ । କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ରାଜନୀତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବିବାଦୀୟ ପରିସ୍ଥିତିକୁ ମନ ବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ମକର-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ନୂଆ କାର୍ଯ୍ୟ ପାଇଁ ପ୍ଲାନିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ପତ୍ନୀଙ୍କ ଠାରୁ ପର୍ଯ୍ୟାପ୍ତ ସହଯୋଗ ପାଇବେ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହେବ । ଅଫିସରେ ଲାଗିରହିଥିବା ଅବ୍ୟବସ୍ଥା ସମାଧାନ ହୋଇଯିବ । କୋଟ୍ କଚେରୀ ମାମଲାରେ ଫସି ଅଯଥା ଖର୍ଚ୍ଚାନ୍ତରେ ପଡି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ମନ ଏକ ପ୍ରକାର ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । ଆର୍ଥିକ ସହୟତା ପାଇ , ଅଫିସରେ କାମ କରିନେବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Related Topics

Explore more stories