Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ସବୁ କାର୍ଯ୍ୟରେ ସଫଳ ହେବେ ଏହି ରାଶିର ବ୍ୟକ୍ତି

Horoscope

ସବୁ କାର୍ଯ୍ୟରେ ସଫଳ ହେବେ ଏହି ରାଶିର ବ୍ୟକ୍ତି

Rashmita Mishra
Browse all articles by Rashmita Mishra
·1 year ago·3 min read
ସବୁ କାର୍ଯ୍ୟରେ ସଫଳ ହେବେ ଏହି ରାଶିର ବ୍ୟକ୍ତି

ମେଷ-

ପାଖରେ ଥିବା ଲୋକଟି ବହୁତ ଉପକାରରେ ଆସିବା ସମ୍ଭାବନା ରହିଛି। ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ। ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିପାରନ୍ତି।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ


ବୃଷ

ବ୍ୟବସାୟୀମାନେ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ନିଜର ଲକ୍ଷ୍ୟ ହାସଲ କରିପାରିବେ। ପାରିବାରିକ ଦୃଷ୍ଟିକୋଣରୁ ପର କଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଆନୁଷ୍ଠାନିକ କାମରେ ସୁଯୋଗ ପାଇ ଆନନ୍ଦିତ ହୋଇପାରନ୍ତି । ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ



ମିଥୁନ

ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ। ବହୁତ ଦିନର ଆଶା ପୂରଣ ହେବା ସହ କୌଣସି ନୂତନ କାମରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ। ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଘରୋଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ କାରଣ ହେବ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ


କର୍କଟ

କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଘର ପାଇଁ ହେଉ କିମ୍ବା ବନ୍ଧୁ ପାଇଁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଛୋଟ କଥାକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଯୁକ୍ତିତର୍କ ଠିକ୍ ହେବନାହିଁ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ


ସିଂହ

ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେପରି କିଛି ଅସୁବିଧା ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ। ସାମାନ୍ୟ ବିଳମ୍ବିତ ସମୟରେ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବା ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ


କନ୍ୟା

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ପରିବାରର ସାଧାରଣ ଘଟଣାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ଲାଗି ରହିବା କାରଣରୁ ଧାର, କରଜ କରିବାକୁ ପଡ଼ିପାରେ । ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଲିମକଦ୍ଦମାର ବିଚାର ଆପଣଙ୍କ ସପକ୍ଷରେ ଯିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ


ତୁଳା

ଆଜିର କର୍ମକ୍ଷେତ୍ରରେ ଦକ୍ଷତାଭିତ୍ତିକ କୃତି ଓ କୃତିତ୍ୱ କାରଣରୁ ପ୍ରଶଂସିତ ହେବେ। ଆନୁଷ୍ଠାନିକ କାମରେ, ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମ୍ପର୍କ ବ୍ୟାହତ ହେବ। ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ


ବିଛା

ପୂର୍ବ ସ୍ଥିରୀକୃତ ଯୋଜନା ଅନୁଯାୟୀ ବନ୍ଧୁଦ୍ୱାରକୁ ଗମନ କରିପାରନ୍ତି । ଶତ୍ରୁତା କରୁଥିବା ଲୋକମାନଙ୍କ ନିକଟରୁ ଯଥା ସମ୍ଭବ ଦୂରେଇ ରହିବା ଭଲ ହେବ। କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ


ଧନୁ

ସକାଳୁ ଘରେ ଟିକିଏ ଜୋର୍ ଦେଇ କଥା କହିବା କାରଣରୁ ଅନ୍ୟମାନେ ନାପସନ୍ଦ କରିବେ। ଯେତେ ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର‌୍ୟ୍ୟରେ ଛୋଟକଥାଟିକୁ କେନ୍ଦ୍ରକରି ମତାନ୍ତର ଘଟିପାରେ। ଆଜିର କର୍ମାରମ୍ଭ, ବ୍ୟବସାୟ ଏବଂ ପରିଜନଙ୍କ ସହ ଯାତ୍ରା ପ୍ରୀତିପ୍ରଦ ରହିବ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ


ମକର

ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନନ୍ଦିତା କ୍ଷେତ୍ରରେ ଥିବା ସମସ୍ୟା ଦୂର ହୋଇପାରେ । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡିପାରେ । ଘରୋଇ ବିତର୍କରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି । ଅନ୍ୟମନସ୍କ ହେତୁ ଧନହାନି ଓ ଶାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ


କୁମ୍ଭ

ଭଲ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। ସନ୍ଦେହଜନିତ ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ଚେଷ୍ଟା କରୁଥିବା କାମରେ ସଫଳତା ହାସଲ କରି ପ୍ରଶଂସିତ ହେବେ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ


ମୀନ

ସଚେତନତା ଅବଲମ୍ବନ କରିବା ହେତୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯିବ। ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ 


Argus Whatsapp Channel Mobile Top
Sponsored
people-born-under-this-zodiac-sign-will-be-successful-in-all-their-endeavors | Argus News