ରାଶିଫଳ: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସୁସମ୍ବାଦ, ଏମାନଙ୍କ ବଢ଼ିବ ଆୟ

ମେଷ-
ପାରିବାରିକ କ୍ଷେତ୍ରରେ ଅର୍ଥସଂକଟ ଦେଖାଦେବ। ସ୍ଥଗିତ କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। ବ୍ୟବସାୟୀ ମାନଙ୍କୁ ବ୍ୟବସାୟରେ ବହୁତ ଲାଭ ହୋଇପାରେ । ସନ୍ତାନଙ୍କ ଦୁର୍ବଳ ସ୍ବାସ୍ଥ୍ୟ ପରିବର୍ତ୍ତନ ପାଇଁ ଚେଷ୍ଟା କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟରେ ମାନେ ମତାନ୍ତର ଦେଖାଦେବ କ୍ଷ ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ କ୍ଷ କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । ମାଲିମକଦମା ସମସ୍ୟାର ସମାଧାନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପାରିବାରିକ କ୍ଷେତ୍ରରେ ଅଶାନ୍ତ ରହିପାରନ୍ତି। ବନ୍ଧୁମାନଙ୍କ ନିକଟରୁ କିଛି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତ
କର୍କଟ-
ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର୍ୟ୍ୟର ସହ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ମନ କଥାକୁ ଖୋଲିକରି କହିଲେ ମଧ୍ୟ ନିଜର ଲୋକମାନେ ତାହାର ସମାଲୋଚନା କରିପାରନ୍ତି। ସ୍ତ୍ରୀ କିମ୍ବା ସ୍ବାମୀଙ୍କ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରା, ସଭାସମିତି, ବିନା ବାଧାବିଘ୍ନରେ ସମାପନ ହେବ। କର୍ମକ୍ଷେତ୍ରରେ କିଛି ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
📱 Get Argus News App
✨ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ମିଠା ଖାଇ ଘରୁ ବାହରନ୍ତୁ
ତୁଳା-
କର୍ମକ୍ଷେତ୍ରରେ ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ଚେଷ୍ଟା କରିବେ। ପାରିବାରିକ ସମ୍ପର୍କ ମନ୍ଦ ହେବନି, ତଥାପି ସାଧାରଣ କଥାକୁ ନେଇ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ। ବନ୍ଧୁଙ୍କ ପାଖରେ ସମସ୍ୟାକୁ ଜଣାନ୍ତୁ; ଅବଶ୍ୟ ସହଯୋଗ ମିଳିଯିବ। ସନ୍ତାନମାନଙ୍କର କିଛି ରହିଥିବା ସମସ୍ୟାର ସମାଧାନ ସକାଶେ ବ୍ୟସ୍ତତା ବଢ଼ିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଧନୁ-
ସମ୍ପର୍କୀୟଙ୍କ ସହ ମିତ୍ରତା ବଢ଼ାଇବା ସକାଶେ ଚେଷ୍ଟା କରି ନିରାଶ ହେବେ। ଆନୁଷ୍ଠାନିକ କାର୍ୟ୍ୟ ପ୍ରସ୍ତୁତି ସକାଶେ ବ୍ୟସ୍ତ ରହିପାରନ୍ତି।ପ୍ରତ୍ୟେକ ପରିସ୍ଥିତିକୁ ସଜାଡ଼ି ନେବେ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢ଼ିଯିବ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ପାରିବାରିକ ଜୀବନ ହସଉଲା୍ଲସରେ କଟିବ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଶତ୍ରୁତା କରୁଥିବା ଲୋକ ନିଜର ଫାଇଦା ହାସଲର ଅପଚେଷ୍ଟା ଲାଗି ମନ ବଳାଇ ପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ସଭାସମିତିରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ୟ୍ୟକଳାପ ଦୁଃଖ ଦେଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସ୍ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ