Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଏହି ରାଶିର ବ୍ୟକ୍ତି ମାନେ ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି

Rashmita Mishra
Browse all articles by Rashmita Mishra
·8 months ago·3 min read
ଏହି ରାଶିର ବ୍ୟକ୍ତି ମାନେ ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି

Key Points

ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।
କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ।
ଘରକୁ ଅତିଥିଙ୍କର ଯିବା ଆସିବା ଲାଗି ରହିବ ।
ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ ।

ମେଷ-
ଦୁର୍ଘଟଣା ପାଇଁ ମନରେ ଭୟ ରହିପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ଅଇନର ଆଶ୍ରୟ ନେଇପାରନ୍ତି । ବିଭିନ୍ନ ଦିଗରୁ ଆଶାତୀତ ଫଳ ପାଇବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
ବିଭିନ୍ନ ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି।ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯିବା ସମ୍ଭାବନା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ ।
ବ୍ୟାପାର ବୃତିରେ ଉନ୍ନତି କରିବେ । ସତର୍କ ହୋଇ ଟଙ୍କା ଖର୍ଚ୍ଚ ନକରିଲେ ଅସୁବିଧାରେ ପଡିପାରନ୍ତି । ସିନେତାରକା ମାନେ ଭଲ ନାମ କମାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ , ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ। ପରିବାରରେ ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ସିଂହ-
ଜୀବନ ସାଥୀଙ୍କ ସହ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନ ଲାଭର ନୂଆ ଉତ୍ସ ତଲାସ କରିବେ । ଛାତ୍ରଛାତ୍ରି ମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ଯାତ୍ରା କାଳରେ ଖଳଲୋକଙ୍କ କଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲିମକଦ୍ଦମା, ତର୍କବିତର୍କ, ସଭାସମିତି , ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ। କଚେରି ମାମଲାରେ ବିଜୟପ୍ରାପ୍ତି ଯୋଗରହିଛି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ । ବାକି ପଡିଥିବା ପାଉଣା ଫେରି ପାଇବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଡାଲି, ଚାଉଳ ଦାନ କରନ୍ତୁ

ବିଛା-
ଦୀର୍ଘଦିନର ଅଭିଳାଷ ପୂରଣ ହେବାରୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଯାତ୍ରା ସମୟରେ ଦବ୍ର‌୍ୟ ନଷ୍ଟହେବାରୁ ଅନ୍ୟ ଉପରେ ରାଗି ପାରନ୍ତି। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି ଓ ସଙ୍ଗଠନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-
ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ଖଣିଜ,ଧାତବ ଦ୍ରବ୍ୟ ,ଖାଦ୍ୟଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ରାଜନିତିଜ୍ଞ ମାନେ ଦରିଦ୍ର ଜନତାଙ୍କ ସେବା କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଅଭିଳଷିତ ଜିନିଷ ପାଇବେ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପଡ଼ୋଶୀ କ୍ରୋଧ କରିପାରନ୍ତି। ପ୍ରକାଶନ, ପ୍ରଶାସନ, ରପତ୍ାନି କାରବାର, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-
ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ । ପ୍ରେମରେ ଭୁଲ ବୁଝାବଣା ହୋଇପାରେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ଆମତ୍ୀୟସ୍ବଜନଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ପାଇବେ। ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today Horoscope | People of This Zodiac Sign May Face Financial Losses in Business | Horoscope News | Argus News