Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ରଜ ସଂକ୍ରାନ୍ତିରେ ଏମାନଙ୍କ ବନ୍ଧୁ ଆତିଥ୍ୟଯୋଗ; ଏହି ରାଶି ଖୁସିରେ କାଟିବେ ଦିନ

Horoscope

Raja Sankranti Rashifal / ରଜ ସଂକ୍ରାନ୍ତିରେ ଏମାନଙ୍କ ବନ୍ଧୁ ଆତିଥ୍ୟଯୋଗ; ଏହି ରାଶି ଖୁସିରେ କାଟିବେ ଦିନ

Debashree Debasmita Sahoo
Browse all articles by Debashree Debasmita Sahoo
·2 hours ago·3 min read
ରଜ ସଂକ୍ରାନ୍ତିରେ ଏମାନଙ୍କ ବନ୍ଧୁ ଆତିଥ୍ୟଯୋଗ; ଏହି ରାଶି ଖୁସିରେ କାଟିବେ ଦିନ
Raja Sankranti Rashifal

Key Points

ଆଜି ପବିତ୍ର ରଜ ସଂକ୍ରାନ୍ତି
ଚାରିଆଡ଼େ ଖୁସିର ମାହୋଲ
କେମିତି କଟିବ ଆପଣଙ୍କ ଦିନ ?
ମେଷ-
ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା' ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ । ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ରାଜନୀତିରେ ଥିବା ବ୍ୟକ୍ତିମାନେ ସଫଳତା ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କର୍କଟ-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କର୍ମକ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ଲକ୍ଷ୍ୟ ହାସଲ କରିବାକୁ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀଗଣେଶଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ସିଂହ-
ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା-
କୈାଣସି କାର୍ଯ୍ୟର ସମାଧାନ ହୋଇଯିବ । ମାଙ୍ଗଳିକ କାର୍ଯ୍ୟରେ ମନ ଯୋଗଦେବେ । ସୁସ୍ଥ ଅନୁଭବ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ତୁଳା-
ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ ପ୍ରଦର୍ଶନକରି ପ୍ରଶଂସିତ ହେବେ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗୀ ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ । ସମ୍ପତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଧନୁ-
ଶିଳ୍ପ, ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଅତୀତ କଥାକୁ ଚିନ୍ତାକରି ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତିି ସେମିତି କିଛି ହେବନି । ଚାକିରିରେ କିଛି ପରିବର୍ତ୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର-
ପ୍ରେମିକା, ପ୍ରେମିକ ମାନଙ୍କର ପୁର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀ ମାନେ ପଢାରେ ଅନ୍ୟସମସ୍କ ରହିବେ ।
ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ

କୁମ୍ଭ-
ଆପଣ କାନ୍ଧରେ ଆଘାତ ପାଇ ପାରନ୍ତି । ରପ୍ତାନି କାରବାର ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ଆତ୍ମୀୟଙ୍କ ଦୁର୍ବବ୍ୟବହାର ଭୋଗିବେ । ନିତ୍ୟ କର୍ମରେ ବ୍ୟତିକ୍ରମ ଘଟିପାରେ । ପରିବେଶ ଆନନ୍ଦ ଦାୟକ ରହିବ । ରାଜନୀତିରେ ଦୁଃସାହସିକ ପଦକ୍ଷପ ଗ୍ରହଣ କରିବେ । ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀକୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Raja Festival
Sponsored