Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ରଜରେ ବଦଳିଯିବ ଏହି ରାଶିର ଭାଗ୍ୟ, କମ୍‌ ପରିଶ୍ରମରେ ମିଳିବ ବଡ଼ ସଫଳତା

Horoscope

Today Horoscope / ରଜରେ ବଦଳିଯିବ ଏହି ରାଶିର ଭାଗ୍ୟ, କମ୍‌ ପରିଶ୍ରମରେ ମିଳିବ ବଡ଼ ସଫଳତା

Santosh Kumar Sahoo
Browse all articles by Santosh Kumar Sahoo
·1 hour ago·3 min read
ରଜରେ ବଦଳିଯିବ ଏହି ରାଶିର ଭାଗ୍ୟ, କମ୍‌ ପରିଶ୍ରମରେ ମିଳିବ ବଡ଼ ସଫଳତା
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ

ଅଟକିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇପାରନ୍ତି । ରାଜନୀତି, ସଂଗଠନ, ଆଲୋଚନା କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପ୍ରଶାସନ, ଆଇନ, ପ୍ରକାଶନ କ୍ଷେତ୍ରରେ ସମସ୍ୟାର ଆଶୁ ସମାଧାନ ଆଶା ରହିଛି ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ

ଗୃହରେ କୌଣସି ବ୍ୟକ୍ତିଙ୍କଠାରୁ ସୁଖ ସମ୍ବାଦ ପାଇବେ । ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ପାଖରେ ପଇସାର ଅଭାବ ଦେଖାଯାଇପାରେ । ବେପାର ବୃତ୍ତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଠ ପୋଷକତା ଲାଭ କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କଠାରୁ ଭଲ ପରାମର୍ଶ ପାଇବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର- ପିମ୍ପୁଡିକୁ ମଇଦା ଖାଇବାକୁ ଦିଅନ୍ତୁ

ମିଥୁନ

ବିଭିନ୍ନ ସୂତ୍ରରୁ ଅର୍ଥଲାଭ ହେବ ଓ ସାମାଜିକ ସ୍ତରରେ ପ୍ରତିଷ୍ଠିତ ହେବେ । ଘଟଣାକୁ ଭଲରୂପରେ ନ ବୁଝି ସହକର୍ମୀ କିମ୍ବା ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।
ଶୁଭ ରଙ୍ଗ - ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ

ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ସିଂହ

ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ କିଛିଟା ଆଶ୍ୱସ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି । ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ । ବିବାଦରେ ପଶିଲେ ଧନହାନି ଓ ପୂର୍ବ ଶତ୍ରୁତାରୁ କଳହକୁ ଏଡ଼ାଇ ହେବ ନାହିଁ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା

ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ବସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାଇ ଘରୁ ବାହାରନ୍ତୁ

ତୁଳା

ପରିବାରର ଖର୍ଚ୍ଚ ଭାର ବଢ଼ିଯିବା କାରଣରୁ ଚିନ୍ତିତ ରହିପାରନ୍ତି । କର୍ମକ୍ଷେତ୍ରରେ ମନ୍ଥର ଗତି ହେତୁ ସଫଳତାରେ ଆଶଙ୍କା ସୃଷ୍ଟି ହୋଇପାରେ । କୌଣସି ବ୍ୟକ୍ତିବିଶେଷଙ୍କ ସହୟତାରୁ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ବିଛା

ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ରଚନାତ୍ମକ କାର୍ଯ୍ୟରୁ ପ୍ରଂଶସିତ ହୋଇପାରନ୍ତି । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳାମାନେ ସହନଶୀଳତା ଜାଗ୍ରତ କରିବେ । ସମ୍ପତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର -ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଧନୁ

ପୂର୍ବ ଯୋଜନାନୁଯାୟୀ କର୍ମରେ ପ୍ରବୃତ୍ତ ହେବେ ଏବଂ ବନ୍ଧୁଙ୍କୁ ମନେଇ କାମ ହାସଲ କରିବେ । ସଙ୍ଗୀତ ସମାରୋହ, ସତ୍‌ସଙ୍ଗ, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇପାରନ୍ତି । ଜନକଲ୍ୟାଣ ସମ୍ବନ୍ଧୀୟ କାର୍ଯ୍ୟ, ବନ୍ଧୁ ସମ୍ପର୍କ କ୍ଷେତ୍ରରେ ଉଚ୍ଚ ଫଳ ମିଳିବ । ନିଜ କାମ ପଛକୁ ପକାଇ ପଡ଼ୋଶୀଙ୍କ କଥା ଚିନ୍ତା କରିବେ ।
ଶୁଭ ରଙ୍ଗ - ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର

ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇପାରନ୍ତି । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ରାଜନୀତିରେ ଆଗକୁ ଯିବେ । କୃଷିକ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ଅଧିକ ହେବାର ଅଛି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର -ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ

କର୍ମଜଞ୍ଜାଳ ଓ କାର୍ଯ୍ୟବ୍ୟସ୍ତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ । ପାରିବାରିକ ସମସ୍ୟା କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି । ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ସମସ୍ୟା ବହୁଳ ରହିବ । ଅନ୍ୟକୁ କଥା କହିବାର ଶୈଳୀ କଠୋର ନ ହେବା ଦରକାର ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମୀନ

ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି। କୋର୍ଟ ମାମଲାରେ ବିଜୟ ଲାଭ କରିବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର - ବ୍ରାହ୍ମଣକୁ ପୋଷାକ ଦାନ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Raja Festival
Sponsored