Videos
|
Horoscope

Zodiac prediction / ଆଜି ଏହି ରାଶିଧାରୀ ବ୍ୟକ୍ତିଙ୍କର ରହିଛି ଦୁର୍ଲଭ ଯୋଗ: ସବୁ କାର୍ଯ୍ୟରେ ସଫଳତା ମିଳିବ

Ritu Das
Browse all articles by Ritu Das
·7 months ago·4 min read
ଆଜି ଏହି ରାଶିଧାରୀ ବ୍ୟକ୍ତିଙ୍କର ରହିଛି ଦୁର୍ଲଭ ଯୋଗ: ସବୁ କାର୍ଯ୍ୟରେ ସଫଳତା ମିଳିବ
India

Key Points

ମେଷ-
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ। ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ। ସାମାଜିକ କାର୍ଯ୍ୟରେ ସଫଳତା ପାଇବେ।
ମେଷ-
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ। ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ। ସାମାଜିକ କାର୍ଯ୍ୟରେ ସଫଳତା ପାଇବେ। ରାଜନୀତିରେ କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ବୃଷ-
କାର୍ଯ୍ୟକ୍ଷେତ୍ରରେ ଖୁବ୍ ପରିଶ୍ରମ କରିବେ। ଆପଣଙ୍କୁ ନିଜର ଉପଲବ୍ଧି ଉପରେ ଗର୍ବ ହେବ। ମନୋରଞ୍ଜନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଲାଭକାରୀ ହେବ। ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଚେଷ୍ଟା କରିବେ। ଅଫିସରେ କାମର ବୋଝ ଅଧିକ ହୋଇପାରେ। ଅଚାନକ ଧନଲାଭ ହେବ। ପ୍ରିୟଜନ ମିଳନ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ମିଥୁନ-
ପ୍ରେମିକା,ପ୍ରେମିକ ମାନଙ୍କର ପୁର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ। ଶିକ୍ଷାର୍ଥୀ ମାନେ ପଢାରେ ଅନ୍ୟସମସ୍କ ରହିବେ। ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର୍ଯ୍ୟ କରିଥିବା ଲକ୍ଷ୍ୟ ପୂରଣ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ-
କୌଣସି କାମରେ ନିଜ ଲୋକଙ୍କର ସାହାଯ୍ୟ ପାଇପାରନ୍ତି। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଜୀବନସାଥୀ ସହିତ ସମ୍ବନ୍ଧରେ ମଧୁରତା ବଢ଼ିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। କୌଣସି ବ୍ୟକ୍ତିଙ୍କ ଠାରୁ ଆଶା ଠାରୁ ଅଧିକ ଲାଭ ପାଇବେ। ରାଜନୀତିରେ ମହତ୍ବାକାଂକ୍ଷା ପୂରା ହେବ। ନବବିବାହିତ ଦମ୍ପତ୍ତିଙ୍କ ସମ୍ବନ୍ଧରେ ମଧୁରତା ବଢ଼ିବ। ଓକିଲଙ୍କ ଲାଗି ଦିନଟି ଭଲ ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ପଢ଼ନ୍ତୁ ଏହି ଖବର: ସତର୍କ ରୁହନ୍ତୁ...ଏହି ରାଶିର ବ୍ୟକ୍ତିଙ୍କ ଚାକିରିରେ ଅସ୍ଥିରତା ଲାଗି ରହିବ

ସିଂହ-
ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ । ଚାକିରୀରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କରିବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ଅସହାୟ ଲୋକଙ୍କୁ ସାହାଯ୍ୟ କରିବେ। ଅର୍ଥ ସଂପର୍କିତ କିଛି କାମରେ ଆପଣ ସାବଧାନ ରହନ୍ତୁ। ଜରୁରୀ କାମ ଉପରେ ବିଚାର କରିବାର ମଉକା ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ପୂଜାପାଠରେ ଅଧିକ ସମୟ ବିତିବ। ଭାବିଥିବା କାମ ସଂପୂର୍ଣ୍ଣ ହେବ। ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ। ଜୀବନସାଥୀଙ୍କୁ ମନର କଥା କହିବେ। ଛାତ୍ରଙ୍କ ଲାଗି ଦିନଟି ଭଲ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା-
ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ମହିଳା ମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା-
ଦିନଟି ଆରମ୍ଭ ଶାନ୍ତ ମନରେ କରିବେ। କାମରେ ଜୀବନସାଥୀର ସହଯୋଗ ପାଇବେ। ଅଯଥା ବିବାଦ ଠାରୁ ଦୂରରେ ରହନ୍ତୁ। ସରକାରୀ କ୍ଷେତ୍ରରେ ଲାଭ ମିଳିବାର ସମ୍ଭାବନା ଅଛି। ‌ପରିବାରରେ କୌଣସି ଲୋକଙ୍କ ସହ କଳହ ହୋଇପାରେ। କଳାକ୍ଷେତ୍ରରେ ଥିବା ଲୋକଙ୍କୁ ସମ୍ମାନ ମିଳିବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ‌
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଧନୁ-
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତ୍ତୃପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ମକର-
ବେପାରରେ ଅଚାନକ ଧନଲାଭ ହେବା ଯୋଗୁଁ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଅଫିସରେ କାମ ନିର୍ଦ୍ଧାରିତ ସମୟରେ ପୂରା କରିନେବେ। କାମ, ପରିବାର ଓ ବନ୍ଧୁମାନଙ୍କ ସହିତ ଭାରସାମ୍ୟ କାଏମ୍ ରଖନ୍ତୁ। ‌କୌଣସି କାମରେ ଭଲ ପ୍ରଦର୍ଶନ ଦେବା ପାଇଁ କିଛି ନୂଆ କରିବେ। ସାମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ ମାନ ସମ୍ମାନ ବଢ଼ିବ। ମହିଳା ଶିଳ୍ପୋଦ୍ୟୋଗୀଙ୍କୁ ଯଥେଷ୍ଟ ଲାଭ ମିଳିବ। ‌
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ । ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣ ଏକ ନୂତନ କାର୍ଯ୍ୟ ଆରମ୍ଭ କରିବେ । ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-
ପରିବାର ପାଇଁ ନୂଆ ଖୁସି ନେଇ ଆସିବ। ସନ୍ତାନ ପକ୍ଷର ସଫଳତା ଆପଣଙ୍କୁ ଖୁସି ଦେବ। ବନ୍ଧୁମାନଙ୍କ ସହିତ ମଉଜ ମସ୍ତିରେ ବ୍ୟସ୍ତ ରହିବେ। ପ୍ରେମୀ ଯୁଗଳଙ୍କ ଲାଗି ଭଲ ଦିନଟିଏ। ‌ବ୍ୟବସାୟରେ ପ୍ରଗତି ପାଇଁ ଦିନଟି ବହୁତ ଭଲ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ସୁଦୃଢ଼ ହେବ। ବୈବାହିକ ସମସ୍ୟାର ସମାଧାନ ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ‌
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ