Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଦିନ ଆରମ୍ଭ କରିବା ପୂର୍ବରୁ ଦେଖିନିଅନ୍ତୁ ରାଶିଫଳ...

Smruti Parija
Browse all articles by Smruti Parija
·1 year ago·4 min read
ଦିନ ଆରମ୍ଭ କରିବା ପୂର୍ବରୁ ଦେଖିନିଅନ୍ତୁ ରାଶିଫଳ...

ମେଷ-


ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ


ବୃଷ-


ପାରିବାରିକ କଷ୍ଟ ଦୂର ହୋଇପାରେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ


ମିଥୁନ-


ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ


କର୍କଟ-


ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପବଦୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ । ଅସଂଯମତା କାରଣରୁ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ


ସିଂହ-


ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ । ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ


କନ୍ୟା-


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କାର୍ଯ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ


ତୁଳା-


ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ


ବିଛା-


ବିଶେଷ ଗୁରୁତର ନ ହେଲେ ମଧ୍ୟ ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିପାରନ୍ତି । ଆଜି ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ୱିତ ହେବାରେ ବନ୍ଧୁ ସାହାଯ୍ୟ କରିବେ । ସାମାଜିକ ପ୍ରତିଷ୍ଠା,ମାନସମ୍ମାନ, ବୃଦ୍ଧି ପାଇବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ


ଧନୁ-


ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ଚାକିରି କ୍ଷେତ୍ରରେ ମହିଳା ମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି । ରାଜନୀତିରେ ନୂତନ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ । ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ


ମକର-


ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । ବିଦ୍ୟାର୍ଥୀ ଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ସାସ୍କୃତିକ ପରିବେଶରେ ଯୋଗଦାନ କରିପାରନ୍ତି । ସାବଧାନ ରୁହନ୍ତୁ ଠକାମିରେ ପଡିପାରନ୍ତି । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ


କୁମ୍ଭ-


କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନିତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତୃଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଅଫିସ୍ ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି


ମୀନ-


ଘରକୁ ବନ୍ଧୁ ଆସିବା ହେତୁ ଖୁସିର ମାହୋଲ ରହିବ । କଳା କ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଲୁଗା ବ୍ୟବସାୟୀ ଲାଗି ଦିନଟି ଭଲ ରହିବ । ବିଦ୍ୟାର୍ଥୀ କ୍ୟାରିୟର ଗଢିବା ପାଇଁ ଅଧିକ ପରିଶ୍ରମ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Sponsored
read-13-february-horoscope | Argus News