ଜାଣନ୍ତୁ ଆଜିର ରାଶିଫଳ...

Key Points
କ'ଣ କହୁଛି ଆପଣଙ୍କ ରାଶିଫଳ । ଆଜି କେମିତି କଟିବ ଆପଣଙ୍କ ଦିନ
ଅର୍ଗସ ବ୍ୟୁରୋ: କଣ କହୁଛି ଆପଣଙ୍କ ରାଶିଫଳ । ଆଜି କେମିତି କଟିବ ଆପଣଙ୍କ ଦିନ ..ପଢନ୍ତୁ...
ମେଷ- ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ ।
ବୃଷ- ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରନ୍ତୁ । ସାଧାରଣ କଥାକୁ ନେଇ ସହକର୍ମୀଙ୍କ ସହ କଳହ ହୋଇପାରେ । ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ ।
କର୍କଟ- ଜୀବନସାଥୀଙ୍କ ସହଯୋଗ ରେ ଆଗକୁ ବଢିବାର ସୁଯୋଗ ପାଇବେ । ନୂଆ ବ୍ୟବସାୟ କରିବା ପାଇଁ ଚିନ୍ତା କରିପାରନ୍ତି । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ଦୂରଯାତ୍ରା କରିବାର ସୁଯୋଗ ରହିଛି । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ ।
ସିଂହ- ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ସାଂସ୍କୃତିକ କାର୍ୟ୍ୟ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଉନ୍ନତି କରିବେ । ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ ।
📱 Get Argus News App
✨କନ୍ୟା- ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ତୁଳା- କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ ।
ବିଛା- ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ। ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ।
ଧନୁ- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ।
ମକର- ଜୀବନ ସାଥି କୈାଣସି କାରଣରୁ ଆପଣଙ୍କର ପ୍ରଂଶସା କରିବେ । ଭାବିଥିବା କାମ ନିଜ ଦକ୍ଷତା ବଳରେ ପୁରା କରିବେ । ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ। ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ ।
କୁମ୍ଭ- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ। ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।
ମୀନ- ପାରିବାରିକ ସମସ୍ୟା ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ବ୍ୟବସାୟରେ ସମସ୍ୟା ବଢି ବଡ ଆକାର ଧାରଣ କରିବ । କୌଣସି ନୂତନ ଯୋଜନା ଉପରେ କାର୍ଯ୍ୟ କରିବା ପୂର୍ବରୁ ଭଲ ଭାବରେ ବିଚାର କରି ନିଅନ୍ତୁ । ଅଜଥା ବିବାଦରେ ପାଦ ଦିଅନ୍ତୁ ନାହିଁ ଅସୁବିଧାରେ ପଡିପାରନ୍ତି । ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ।