Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଧନୁ ରାଶିର ବ୍ୟକ୍ତି ଏହି ପ୍ରତିକାର କରନ୍ତୁ ମିଳିବ ଶୁଭଫଳ

Rashmita Mishra
Browse all articles by Rashmita Mishra
·9 months ago·4 min read
ଧନୁ ରାଶିର ବ୍ୟକ୍ତି ଏହି  ପ୍ରତିକାର କରନ୍ତୁ ମିଳିବ ଶୁଭଫଳ

Key Points

ମିଥୁନ ରାଶି ପ୍ରେମିକା , ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ମେଷ ରାଶି କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ

ବୃଷ ରାଶି ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ

ମେଷ-
ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ପରିବାରରେ ଥିବା ମତାନ୍ତର- ମନାନ୍ତରରେ ପରିଣତ ହୋଇପାରେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକୁ ପରିବର୍ତନ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ


ବୃଷ-
ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ


ମିଥୁନ-
ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ଅଫିସ୍‌ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ


କର୍କଟ-
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ


ସିଂହ-
ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ନିଜ ଭାଇଭଉଣୀଙ୍କ ସହିତ କୌଣସି ଚଳଚିତ୍ର ଦେଖୀପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ରାଜନୈତିକ ବ୍ୟକ୍ତିଙ୍କ ଅକ୍ରୋଶର ଶିକାର ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ


କନ୍ୟା-
ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଛାତ୍ର ଛାତ୍ରୀମାନେ ପଢାରେ ମନଦେବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଆଜି ଦିନଟି ବନ୍ଧୁମେଳରେ କଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ


ତୁଳା-
କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ
ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ଜ୍ଝ ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କୈାଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାର‌୍ୟ୍ୟ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ବିଛା-
ବନ୍ଧୁମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇପାରନ୍ତି । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହେବେ । କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ


ଧନୁ-
ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ


ମକର-
ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର‌୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାର ଭିତରେ ଯୁକ୍ତିତର୍କ ହୋଇପାରେ । ରାଜନୀତି, ସଭାସମିତି, ପ୍ରଶାସନ କ୍ଷେତ୍ରରେ ଲୋକମାନଙ୍କ ସହ ଭଲ ସମ୍ପର୍କ ଗଢିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ


କୁମ୍ଭ-
ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ


ମୀନ-
ପରିବାରର ସମସ୍ତ ବ୍ୟକ୍ତି ମନ୍ଦିର ଭ୍ରମଣ ପାଇଁ ଯିବେ । ବ୍ୟବସାୟରେ ଅତ୍ୟଧିକ ଲାଭବାନ୍ ହେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବିଭିନ୍ନ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର...

Sponsored
Today Horoscope | Sagittarius Zodiac: Follow This Remedy to Attract Good Fortune | Argus News | Argus News