Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ବିଛା ରାଶି ପାଇଁ କେମିତି ରହିବ ଆଜିର ଦିନ

Rashmita Mishra
Browse all articles by Rashmita Mishra
·4 months ago·3 min read
ବିଛା ରାଶି ପାଇଁ କେମିତି ରହିବ ଆଜିର ଦିନ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 

ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ମାଲିମୋକଦ୍ଦମାରେ ସାମାନ୍ୟ ଅଶାନ୍ତି ଆସିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ବୃଷ-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ବଡ କମ୍ପନୀ ସହିତ ବ୍ୟବସାୟରେ ଜଡିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ । କାର‌୍ୟ୍ୟାଳୟରେ ନିଜର ଭୁଲକୁ ସ୍ୱୀକାର କରିବା ଆପଣଙ୍କ ପକ୍ଷରେ ରହିବ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଧନ ସମ୍ପତି ବୃଦ୍ଧି ହୋଇପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହାୟତା କରିବେ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

କର୍କଟ-
ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଆର୍ଥିକ ଅବସ୍ଥାରେ ନିହାତି ସୁଧାର ଆସିବ, କିନ୍ତୁ ସମାନ ଭାବରେ ଖର୍ଚ ମଧ୍ୟ ହେବ । ବହୁତ ଦୂରରେ ରହୁଥିବା ବନ୍ଧୁ ଆଜି ଆପଣଙ୍କୁ ସମ୍ପର୍କ କରି ପାରନ୍ତି । କୌଣସି ଦୂର ସମ୍ପର୍କୀୟ ଆଜି ଆପଣଙ୍କ ଘରକୁ ଆସିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ରାଜନୀତିରେ ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖୀନ ହେବାକୁ ପଡିପାରେ । ଅଫିସରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ପୂର୍ବ ଜୋରଦାର କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

କନ୍ୟା-
ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ।
ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଜଡିତ ହୁଅନ୍ତୁ ଯେଉଁ ମାନେ ଭବିଷ୍ୟରେ ଧାରା ଦେବାରେ ଆପଣଙ୍କ ସାହାଯ୍ୟ କରି ପାରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ

ତୁଳା-
ଶାରିରୀକ ସମସ୍ୟା ଦେଖାଦେବ । କର୍ମଜୀବି ମାନେ ଅତ୍ୟନ୍ତ ସଫଳତା ପାଇବେ । ଘରକୁ ଆସିଥିବା ବନ୍ଧୁଙ୍କ ପାଇଁ ଖୁସି ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ

ବିଛା-
ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। କାର‌୍ୟ୍ୟାଳୟରେ କେହି ଆପଣଙ୍କୁ କିଛି ବଢିଆ ଜିନିଷ କିମ୍ବା ଖବର ଦେଇ ପାରେ । ପିଲା ମାନେ ଆଜି ପାଠ ପ୍ରତି ଆଗ୍ରହ ନଥିବା ଯୋଗୁଁ ବିଦ୍ୟାଳୟରେ ନିରାଶ କରି ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-
ଜୀବନସାଥୀଙ୍କ ମଧ୍ୟରେ ଘନିଷ୍ଠତା ବୃଦ୍ଧି ପାଇବ । ଆୟିନି ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ସୁଖସମୃଦ୍ଧି ପ୍ରାପ୍ତ କରିବେ । ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିଷ୍ପତି ନିଅନ୍ତୁ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲରେ ସମର୍ଥ ହେବେ। ପାଖ ପଡ଼ୋଶୀମାନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର ମୁଖ୍ୟ କାରଣ ହେବ। ନିଜ ଲୋକମାନଙ୍କ କାର‌୍ୟ୍ୟକଳାପ ଅସୁବିଧାରେ ପକାଇପାରେ।ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଆଜି ଶୁଣାଣିରେ ସନ୍ତୋଷ ପାଇ ପାରିବେ ନାହିଁ । ମହିଳାମାନେ ବ୍ୟସ୍ତତା ଭିତରେ କାର‌୍ୟ୍ୟ ସାଧନ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Scorpio Horoscope Today: Daily Predictions for Scorpio | Argus News