Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope Today / ସତର୍କ ରୁହ ଏହି ରାଶି: ଭାଗ୍ୟ ବଦଳିବ ଏହି ରାଶିର

Banajyotshna Ray
Browse all articles by Banajyotshna Ray
·3 months ago·3 min read
ସତର୍କ ରୁହ ଏହି ରାଶି: ଭାଗ୍ୟ ବଦଳିବ ଏହି ରାଶିର
Horoscope Today

Key Points

ଆଜିର ରାଶିଫଳ ଖବର
ଜାଣନ୍ତୁ କଣ କହୁଛି ଆପଣଙ୍କ ଭାଗ୍ୟ
ମେଷ-
ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ । ବାରମ୍ବାର ସ୍ୱାସ୍ଥ୍ୟ ଖରାପ ଦେଖାଦେଇପାରେ । ବ୍ୟବସାୟରେ ଉଚ୍ଚ ଫଳ ପ୍ରାପ୍ତି ହେବ । ମହିଳାମାନେ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣ ହେବେ। ପରିବହନରେ ସ୍ଥିତି ମାନ୍ଦା ହେବନାହଁ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସରସ୍ୱତୀଙ୍କ ପୂଜାପାଠ କରନ୍ତୁ

ବୃଷ-
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ଆଳସ୍ୟଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। କାହାକୁ କିଛି ନ କହିଲେ ମଧ୍ୟ ମନ ଭିତରଟା ବିଶେଷ ଭଲ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କଠାରୁ ଦୂରତା ରଖି କାମ କରିବା ଭଲ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
କର୍ମକ୍ଷେତ୍ରର ସମସ୍ୟା ଦୃଢ଼ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଧ୍ୟାନ ଦେଲେ ନିଜ ଲୋକ ସନ୍ଦେହ ପରିସରକୁ ଆସିଯିବେ। ବନ୍ଧୁ ସାହାଯ୍ୟ ସହଯୋଗର ପ୍ରତିଶ୍ରୁତି ରକ୍ଷା କରିବେ। ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ

କର୍କଟ-
ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରି ଯାଇପାରେ । ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି । ଅଭିଳଷିତ ଜିନିଷ ପ୍ରାପ୍ତି ହେବା ସାଙ୍ଗକୁ ବନ୍ଧୁଙ୍କ ଆଦରଣୀୟ ହେବେ। ନିଜର ଲୋକମାନଙ୍କ କାର‌୍ୟ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ସିଂହ-
ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଉତ୍ତରଦାୟୀ ହେବାକୁ ପଡ଼ିପାରେ। କାର‌୍ୟ୍ୟବ୍ୟସ୍ତତା କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ମୁକ୍ତ ରହିବେ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତ

କନ୍ୟା-
କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତନ ହୋଇ ଆପଣଙ୍କ ଆର୍ôଥକ ସ୍ଥିତି ବହୁତ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନ ଓ ସହାନୁଭୂତି ଲାଭ କରିବେ। ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ କ୍ଷେତ୍ର ଭଲ ରହିବ। ଜମିଜମା, କଳ କାରଖାନା, ହୋଟେଲ ଶିଳ୍ପ, ରେଷ୍ଟୁରାଣ୍ଟ ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ତୁଳା-
ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି। ଜମିଜମା, ମାଲି ମକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ। ମାନସିକ ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କ’ଣ କରିବେ କିମ୍ବା କ’ଣ ନ କରିବେ ସ୍ଥିର କରିପାରିବେ ନାହିଁ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ

ବିଛା-
ଦୁର୍ବଳତା କାରଣରୁ ପରିବେଶରେ କିଛି ଗଡ଼ବଡ଼ ସୃଷ୍ଟି ହେବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। କର୍ମ କ୍ଷେତ୍ରରେ ବାଧା ଉପୁଜିବ। ସାମନାରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପଡ଼ୋଶୀ ସହଯୋଗରୁ କୌଣସି କାମ ଅଟକିବ ନାହିଁ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-
କୌଣସି କାମ ସକାଶେ ସକାଳୁ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଲାଭ କରିବେ । ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। ଅସାବଧାନତାବଶତଃ କୌଣସି ଦବ୍ର‌୍ୟ ନଷ୍ଟ ହୋଇପାରେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ପରିସ୍ଥିତି ପ୍ରତି ସଚେତନ ରହି କାମ କରିବାରେ ସଫଳ ହେବେ। କୁଟୁମ୍ବ ଲୋକଙ୍କ ସହ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିଲେ ମଧ୍ୟ କିଛି କହିପାରିବେ ନାହିଁ। ସଭା ସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ରାଜନୀତି, ସାଙ୍ଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର‌୍ୟ୍ୟ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ। ସମସ୍ୟାକୁ ପ୍ରତିହତ କରି ଆଗକୁ ବଢ଼ିବା ସକାଶେ ପଦକ୍ଷେପ ନେବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ଥିଲେ ମଧ୍ୟ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଇପାରନ୍ତି । ପାରିବାରିକ ସ୍ଥିତି ପ୍ରାୟତଃ ପୂର୍ବପରି ରହିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ନିୟନ୍ତ୍ରଣାଧୀନ ରହିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope Today | This one zodiac may attract financial luck, good fortune before the weekend arrives | Argus News | Argus News