ଆଜିଠୁ ବଦଳିବ ଏହି ରାଶିର ଭାଗ୍ୟ, ଜାଣନ୍ତୁ ଆଜିର ରାଶିଫଳ..

ମଙ୍ଗଳବାର
ମେଷ-
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ । ଆର୍ଥିକ ଅନଟନ ହେତୁ ଆଶା ପୂରଣ ହୋଇପାରିବ ନାହିଁ । ପରିବହନ କ୍ଷେତ୍ରରେ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଗୁରୁଙ୍କ କୃପାରୁ ଆନୁଷ୍ଠାନିକ କାମରେ ବନ୍ଧୁମିଳନ ଜନିତ ଆନନ୍ଦ ଅନୁଭବ କରିବେ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି।ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଅନ୍ୟମନସ୍କ ହେତୁକ କର୍ମ କ୍ଷେତ୍ରରେ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖା ଦେଇପାରେ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ। ଜନକଲ୍ୟାଣ ଦିଗରେ ଅଗ୍ରଣୀ ଭୂମିକା ଗ୍ରହଣ କରି ସାମାଜିକ ସ୍ତରରେ ପ୍ରଶଂସିତ ହୋଇପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ
ସିଂହ-
ପରିବାର ମଧ୍ୟରେ ଛୋଟକଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତବା ହରାଇପାରନ୍ତି । ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବିଭିନ୍ନ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ।କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇଲେ ମଧ୍ୟ ତାହାକୁ ଅସ୍ବୀକାର କରିଦେଇପାରନ୍ତି।ସଭାସମିତି, ଜମିଜମା, ଚୁକ୍ତିପତ୍ର, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ବନ୍ଧୁ ମିଳନରୁ ଆନନ୍ଦିତ ହେବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳକାରଖାନା ଦିଗରୁ ଉପକୃତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବେ। ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ସାହାଯ୍ୟ କରିପାରେ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଗୁଡିକ ବାସ୍ତବତାରେ ପରିଣତ ହେବ। ବନ୍ଧୁ ମେଳରେ ଆଜିର ମନୋରଞ୍ଜନ କାର୍ୟ୍ୟକ୍ରମ ପ୍ରୀତିପ୍ରଦ ରହିବ। କଳା, ସାହିତ୍ୟ ଓ ରଚନାମତ୍କ କାର୍ୟ୍ୟରେ ଅଗ୍ରଗତି ଘଟିବ। ଅଫିସ୍ କାମର କେତେକ ଘଟଣାର ବିବରଣୀ ଜାଣି ସୁଦ୍ଧା ଚୁପ୍ ରହିବାକୁ ବାଧ୍ୟ ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ପଡୋଶୀଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମିତ ହେବେ। ଦୀର୍ଘଦିନାନ୍ତେ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିଙ୍କ କ୍ଷେତ୍ରରୁ ଉପକୃତ ହେବେ। ସ୍ବାସ୍ଥ୍ୟରେ ଉନ୍ନତି ଦେଖାଯିବା ଫଳରେ ଟେନସନ୍ କିଛି ମାତ୍ରାରେ କମି ଯାଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ