Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ରାକ୍ଷୀ ପୂର୍ଣ୍ଣିମାରେ ଚମକିବ ଏହି ରାଶି ମାନଙ୍କର ଭାଗ୍ୟ

Rashmita Mishra
Browse all articles by Rashmita Mishra
·11 months ago·4 min read
ରାକ୍ଷୀ ପୂର୍ଣ୍ଣିମାରେ ଚମକିବ ଏହି ରାଶି ମାନଙ୍କର ଭାଗ୍ୟ

Key Points

ଆଜି କେମିତି କଟିବ ଆପଣଙ୍କ ଦିନ

କଣ କହୁଛି ଆପଣଙ୍କ ରାଶିଫଳ

ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଭାରି ଶୁଭ

ମେଷ-
ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ସାମଗ୍ରିକ କ୍ଷେତ୍ରରେ ଶୁଭଫଳ ଲାଭକରି ଆନନ୍ଦ ଅନୁଭବ କରିବେ। ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ କର୍ମାରମ୍ଭ କରିପାରନ୍ତି। ଅବଶ୍ୟ ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ପଡ଼ୋଶୀ ସାହାଯ୍ୟ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ


ବୃଷ-
କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ


ମିଥୁନ-
ବନ୍ଧୁ ପରାମର୍ଶରେ ଅଭାବ ପୂରଣ ଦିଗରେ ଚେଷ୍ଟା କଲେ ସଫଳତା ମିଳିବ। କାମ ପୂର୍ଣ୍ଣାଙ୍ଗ କରିବାରେ ପଡ଼ୋଶୀଙ୍କ ଅବଦାନ ଅବିସ୍ମରଣୀୟ ରହିବ। ସରକାରୀ ସ୍ତରରୁ ବକେୟା ପାଇବାରେ ବିଳମ୍ବ କାରଣରୁ ଅଶାନ୍ତ ରହିପାରନ୍ତି। ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ


କର୍କଟ-
କର୍ମ କ୍ଷେତ୍ରରେ ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି


ସିଂହ-
ମାନସିକ ଅସ୍ଥିରତା ମଧ୍ୟରେ ଦୂରଯାତ୍ରା ସହ କାମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ। ଯାହା ଖୋଜୁଥିଲେ ତାହା ନିର୍ଦ୍ଦିଷ୍ଟ ସମୟରେ ନ ପାଇଲେ ମଧ୍ୟ ବିଳମ୍ବରେ ପାଇବେ। ଖାଦ୍ୟର ଅନିୟମିତତା କାରଣରୁ ପେଟ ଗୋଳମାଳରୁ ପୀଡ଼ା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ


କନ୍ୟା-
ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର‌୍ୟ୍ୟ , ସହଯୋଗ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ତୁଳା-
ଅନ୍ୟମନସ୍କଜନିତ ଧନହାନି ଘଟିବାର ସୂଚନା ରହିଛି। କର୍ମକ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ ମାତ୍ର ପରିଶେଷରେ ସଫଳତା ହାସଲ କରିବେ। ତଥାପି ପ୍ରତ୍ୟେକ କାମରେ ଆଗପଛ ବିଚାର କରି ହାତ ଦେବା ଭଲ ହେବ। ପୂର୍ବ ବିବାଦକୁ କେନ୍ଦ୍ରକରି ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ


ବିଛା-
ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ


ଧନୁ-
ନିଜ ଚିନ୍ତାଧାରାର ବିପରୀତ କାର‌୍ୟ୍ୟକଳାପକୁ ଦେଖିଲେ ମଧ୍ୟ ନ ଦେଖିଲା ପରି ରହିବାକୁ ବାଧ୍ୟ ହେବେ। ନୂତନ କାର‌୍ୟ୍ୟରେ ହାତ ଦେଇ କୃତକାର‌୍ୟ୍ୟ ହେବାରୁ ମନ ଖୁସି ରହିବ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡ଼ିପାରେ। ଅନ୍ୟଦ୍ୱାରା ଅନୁପ୍ରେରିତ ହୋଇ ଭୁଲ୍ ବୁଝାମଣା ଯୋଗୁ ପାରିବାରିକ କ୍ଷେତ୍ର ବିବାଦୀୟ ରହିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ


ମକର-
କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ। ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ


କୁମ୍ଭ-
ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପ୍ରାୟତଃ ଭଲ ରହିବା ଯୋଗୁ ଆଶ୍ୱସ୍ତିଲାଭ କରିବେ। ସଂଗଠନ, ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ନିଜ ପରିଜନଙ୍କ ସହିତ ସତ୍‌ସଙ୍ଗ, ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟ ପ୍ରତି ରୁଚି ବଳିବ। ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ସମାଜ ସେବାରେ ସ୍ୱନାମ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ


ମୀନ-
ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ । ରାଜନୀତିରେ ଚାପରେ ଗତିକରିବେ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମନ୍ଦିରରେ ଠାକୁରଙ୍କ ପାଖେ ଭୋଗ ଲଗାନ୍ତୁ ।

Sponsored
the-fortune-of-these-zodiac-signs-will-shine-on-rakshi-purnima | Argus News