|
logo
Live

Argus News - ଆଜି ଦେଖାଦେଇପାରେ ଆପଣଙ୍କ ସ୍ବାସ୍ଥ୍ୟଜନିତ ଏହି ସମସ୍ୟା

Horoscope

ଆଜି ଦେଖାଦେଇପାରେ ଆପଣଙ୍କ ସ୍ବାସ୍ଥ୍ୟଜନିତ ଏହି ସମସ୍ୟା

Ritu Das
Browse all articles by Ritu Das
·11 months ago·3 min read
ଆଜି ଦେଖାଦେଇପାରେ ଆପଣଙ୍କ ସ୍ବାସ୍ଥ୍ୟଜନିତ ଏହି ସମସ୍ୟା

ମେଷ-
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ। ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ରାଜନୀତିରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗୌରୀ ଗଣେଶଙ୍କୁ ପୂଜା କରିଲେ ଆପଣଙ୍କର କାମ ସଫଳ ହେବ
ମିଥୁନ-
ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ଆପଣଙ୍କର କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ରାଜନୀତିରେ ଛାତ୍ରଛାତ୍ରୀ ମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ସିଂହ
କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟ ସମ୍ପନ୍ନ ସାଙ୍ଗକୁ ଅର୍ଥ ଲାଭ ହେବ। ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡ଼ା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା- ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା କାର୍ଯ୍ୟହାନିର କାରଣ ପାଲଟିଯିବ। ସାଧାରଣ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଲେଖକ, ପତ୍ରକାର, ଠିକାଦାର ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ। ବଡ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ସକରାତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ। ମହିଳା ମାନେ ପରିବାରରେ ପୁଷ୍ଟିସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ସ୍ୱାସ୍ଥ୍ୟରେ ସୁଧାର ଆସିବ । ପାରିବାରିକ କଷ୍ଟ ଦୂର ହୋଇପାରେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କାରଣରୁ ମନରେ ସରସତା ରହିବ ନାହିଁ । ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । ପାରିବାରିକ ସମସ୍ୟା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ପରିମାଣ ହୋଇପାରେ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ । ଆର୍ଥିକ ସମସ୍ୟାରୁ ଚୁକ୍ତି ମିଳିବ ବା ପୂର୍ବରୁ କରିଥିବା ଋଣରୁ ମୁକ୍ତି ପାଇ ପାରିବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଜି ଦେଖାଦେଇପାରେ ଆପଣଙ୍କ ସ୍ବାସ୍ଥ୍ୟଜନିତ ଏହି ସମସ୍ୟା | Argus News