Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଏହି ରାଶିଧାରୀ ବ୍ୟକ୍ତିଙ୍କର ଆଜି ଖୁସିରେ ସମୟ କଟିବ

Ritu Das
Browse all articles by Ritu Das
·1 year ago·3 min read
ଏହି ରାଶିଧାରୀ ବ୍ୟକ୍ତିଙ୍କର ଆଜି ଖୁସିରେ ସମୟ କଟିବ

ମେଷ-
ପୁରାତନ ରୋଗ, ବାକି ଟଙ୍କା ଓ ପୂର୍ବ ଶତ୍ରୁତାକୁ ନେଇ ମନ ବିଚଳିତ ରହିବ। ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅଧିକାଂଶ ସମୟ ବନ୍ଧୁମାନଙ୍କ ମେଳରେ ସମୟ ଅତିବାହିତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ
ବୃଷ-
ଅର୍ଥ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ମିଳିବ ଏବଂ ତଦନୁସାରେ ଖର୍ଚ୍ଚର ଦିଗ ମଧ୍ୟ ବ୍ୟାପକ ହୋଇପାରେ । ରାଜନୀତି କ୍ଷେତ୍ରରେ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ । ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ସହଯୋଗ ପାଇବେ । ମାଲିମକଦ୍ଦମାର ବିଚାର ବିଳମ୍ବ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
କର୍ମକ୍ଷେତ୍ର ସମସ୍ୟାମୁକ୍ତ ରହିବା କାରଣରୁ ମାନସିକ ସ୍ଥିତି ଭଲ ରହିବ। ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ବ୍ୟବସାୟ, ବାଣିଜ୍ୟ, ପ୍ରଶାସନ, ରାଜନୀତି ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ସୁଫଳ ପାଇବେ । ଶିକ୍ଷାରେ ପ୍ରଗତି ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ବ୍ୟବସାୟ ଭଲରେ ଚାଲିବ ଓ ପାରିବାରିକ ଜୀବନ ମଧ୍ୟମ ଧରଣର ରହିବ । ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ସମର୍ଥ ହେବେ । ପ୍ରଶାସନିକ ସ୍ତରରେ କାର୍ଯ୍ୟଭାର ବୃଦ୍ଧି ଜନିତ ଆଜି ବ୍ୟସ୍ତତାରେ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ପରିବାରର ଆର୍ଥିକ ପରିସ୍ଥିତି ପୂର୍ବଭଳି ଜଟିଳ ରୂପ ଧାରଣ କରିପାରେ। ପ୍ରକାଶନ, ପ୍ରଶାସନ ତଥା ଆନୁଷ୍ଠାନିକ କ୍ଷେତ୍ରର ମତଭେଦ ବେଶି ସମୟ ରହିବ ନାହିଁ। କୌଣସି ଏକ ପରିସ୍ଥିତିରେ ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତାକୁ ଅନୁଭବ କରିବେ। ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ପତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟକଲେ ଉପକୃତ ହେବେ । କେତେକ କ୍ଷେତ୍ରରେ କାରନ ନଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି । କର୍ମ କ୍ଷେତ୍ରରେ ଥିବା ସମସ୍ତ ସମସ୍ୟାର ସମାଧାନ ହୋଇଯିବ । ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ତୁଳା-
ବିବାଦୀୟ ଘଟଣା, ମାଲିମକଦ୍ଦମା, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ମିଳିବ। ମାତ୍ର ସବୁବେଳେ ହାତ ଖାଲି ରହିବ ଓ ଚାହୁଁଥିବା ଜିନିଷ ପାଇବାରେ ବାଧା ଉପୁଜିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ବିଦେଶଯାତ୍ରା, ଗବେଷଣାର ସୁଯୋଗ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବ୍ୟବସାୟିକ ଦିଗରେ ଆଶାନୁଯାୟୀ ସଫଳତା ପାଇପାରନ୍ତି । ସବୁ ସୁବିଧା ଥିଲେ ମଧ୍ୟ ମନ ବିଚଳିତ ହୋଇପାରେ । କେତେକ କ୍ଷେତ୍ରରେ ଜିଦ୍‌ଖୋର ମନୋବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତରେ ସମ୍ମାନିତ ହେବେ । ସାମାଜିକ ସ୍ତରରେ ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ, ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ଦ୍ରୁତ ହେବ। ରାଜନୀତିରେ ଚେଷ୍ଟା ସଫଳ ହେବ ଓ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ
ମକର-
ବକେୟା ଅର୍ଥ ପାଇପାରନ୍ତି । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ପାରିବାରିକ ଅସ୍ଥିରତା ଲାଗିରହିବା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି । ସମ୍ପର୍କୀୟଙ୍କ ସମର୍ଥନ ଲାଭ କରି କାର୍ଯ୍ୟ ହାସଲ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍ ଦୃଷ୍ଟିକୋଣରୁ ବିଚାରକରିବେ। ଉପରିସ୍ଥଙ୍କ ଆଦେଶରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବା ହେତୁ ପାରିବାରିକ ସମସ୍ୟା କେତେକାଂଶରେ କମି କମି ଯିବ। ସାଙ୍ଗସାଥୀଙ୍କ ଅନୁରୋଧକ୍ରମେ ଭ୍ରମଣ ସୁଯୋଗ ଲାଭ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ଦି ଗୁଣା ହୋଇପାରେ । ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ । ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
this-zodiac-sign-will-spend-its-time-happily-today | Argus News