Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମିଥୁନ ରାଶିର ଲୋକଙ୍କ ମନ ଖୁସି ରହିବ, ପୁରୁଣା ବନ୍ଧୁଙ୍କୁ ଭେଟି ପାରନ୍ତି

Horoscope

Horoscope / ମିଥୁନ ରାଶିର ଲୋକଙ୍କ ମନ ଖୁସି ରହିବ, ପୁରୁଣା ବନ୍ଧୁଙ୍କୁ ଭେଟି ପାରନ୍ତି

Rashmita Mishra
Browse all articles by Rashmita Mishra
·1 hour ago·3 min read
ମିଥୁନ ରାଶିର ଲୋକଙ୍କ ମନ ଖୁସି ରହିବ, ପୁରୁଣା ବନ୍ଧୁଙ୍କୁ ଭେଟି ପାରନ୍ତି
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 

ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ 

ମେଷ-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କେସରର ତିଲକ କପାଳରେ ଲଗାନ୍ତୁ

ବୃଷ-
ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କର୍କଟ-
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର‌୍ୟ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା-
ପାରିବାରିକ ଜୀବନ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

ତୁଳା-
ଚିନ୍ତା ନ କରି କାମରେ ମନ ଦିଅନ୍ତୁ, ମିତ୍ରମାନେ ସହଯୋଗର ହାତ ବଢ଼ାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍ ହେବେ । ଆପଣ ଅଯଥା ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ । ରାଜନିତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଧନୁ-
ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଗଡ଼ି ଆସୁଥିବା ମୋକଦ୍ଦମାର ବିଚାର ହୋଇପାରେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-
ଅନ୍ୟମାନଙ୍କ ସାହାଯ୍ୟ ଲାବ କରି କାମ ହାସଲ କରିବେ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ସଭାସମିତିରେ ଯୁକ୍ତିତର୍କରୁ ଦୂରେଇ ରହିବା ଭଲ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ପ୍ରେମିଯୁଗଳ ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରରେ ଆନନ୍ଦମୟ ମୂହୁର୍ତ୍ତ ସହିତ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନ ଜନକ ଘଟଣା ଦେଖାଦେବ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Gemini Horoscope Today: Happiness, Positive Energy and a Chance to Meet Old Friends | Argus News