Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଏହି 4 ରାଶି ଆଜି ସତର୍କ ରୁହନ୍ତୁ...

Horoscope

ଏହି 4 ରାଶି ଆଜି ସତର୍କ ରୁହନ୍ତୁ...

Smruti Parija
Browse all articles by Smruti Parija
·2 years ago·4 min read
ଏହି 4 ରାଶି ଆଜି ସତର୍କ ରୁହନ୍ତୁ...

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆଜି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ... 

ମେଷ-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଭାଇ ଭଉଣୀ ମାନଙ୍କ ସହିତ ମନୋମାଳିନ୍ୟ ଦୂର ହେବ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୋଗସୂତ୍ର ସ୍ଥାପନ କରି କାର୍ଯ୍ୟ ହାସଲ କରିବେ । ଅଫିସରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବାରୁ ବ୍ୟସ୍ତତା ଅନୁଭବ କରିପାରନ୍ତି । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-

କର୍ମ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ । ପରିବାର ସଦସ୍ୟ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ ବାଟରେ ପରିଚାଳିତ ହୋଇପାରନ୍ତି । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶତୃତା କରୁଥିବା ଲୋକ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ    

ମିଥୁନ-    

ପରିବାରରେ ସମସ୍ୟା ସମାଧାନ ଦିଗରେ ଚେଷ୍ଟା କଲେ ସଫଳତା ପାଇବେ । ଆର୍ଥିକ ସ୍ଥିତି ପୂର୍ବ ପରି ରହିବ । ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରିବାରେ ସମର୍ଥ ହେବେ । ସାମାଜିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ  ଅଭିଯୋଗ ପାଇବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-

ପରିବାରରେ ଭୁଲ ବୁଝାମଣା ହେତୁ କଳହ ଲାଗିପାରେ । ବିଦ୍ୟାର୍ଥୀ ମାନେ ଅଦ୍‌ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପ୍ରଶାସନିକ , ପରିବହନ, ବ୍ୟବସାୟ, ନିର୍ମାଣ ଓ ଆଲୋଚନା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବେ । ବିଭିନ୍ନ ଦିଗରୁ ଅର୍ଥ ପାଇଲେ  ମଧ୍ୟ ତାହା ନିଜର ଅବହେଳାରୁ ଅନ୍ୟ ବାଟରେ ବ୍ୟୟ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-

ଅଟକି ରହିଥିବା କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହେବ । ମିତ୍ରଙ୍କ ସହ ଲାଗି ରହିଥିବା ବିବାଦ ଦୂର ହେବ । ଠିକ୍ ସମୟରେ ଭାବୁଥିବା କାମଟି ଶୀଘ୍ର ଶେଷ କରିପାରିବେ ନାହିଁ । ଲୋକମାନଙ୍କ ସହିତ ଜଗିରଖି କଥାବାର୍ତା କରିଲେ ବହୁତ ଭଲ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କେତେକ କ୍ଷେତ୍ରରେ ଠିକ ସିନ୍ଧାନ୍ତ ନେଇ ପାରିବେ ନାହିଁ । ସନ୍ତାନ ହେତୁ ମାନସିକ ଆଘାତ ପାଇପାରନ୍ତି । ଟଙ୍କା ପଇସା ସମ୍ପର୍କିତ ଝାମେଲାର ସମ୍ମୁଖୀନ ହେବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-

ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ ।  ଗଠନ ମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ । ଆଇନ, ଅଦାଲତ, କଳା ସାହିତ୍ୟ, କ୍ରୀଡା କ୍ଷେତ୍ର ମନ୍ଦ ହେବନି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-

ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି । ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍ ହେବନାହିଁ । ସଭାସମିତି କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ଅନ୍ୟମନସ୍କ ହେତୁ କୌଣସି ଭୁଲ କାମ କରି ଅନୁତପ୍ତ ହେବେ । ନିଜ ଲୋକଙ୍କୁ ଭୁଲ୍ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-

ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବା ସହ ସାମାଜିକ ସ୍ଥିତି, ମାନ ସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସତର୍କତା ଅଭାବରୁ ଜିନିଷପତ୍ର ହଜିଯିବା ସମ୍ଭାବନା ରହିଛି । ସମସ୍ୟା ସମାଧାନ ସକାଶେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । କଳା , ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-

ବନ୍ଧୁ  ମିତ୍ରଙ୍କର ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ । ବିଦ୍ୟା ଅଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ପାଇବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ପରିସ୍ଥିତିକୁ ଦେଖି ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡିବ । ବିଭିନ୍ନ କାର୍ଯ୍ୟ ବ୍ୟସ୍ତତା ମଧ୍ୟରେ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ । ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଅନ୍ତରଙ୍ଗ ଆଳାପ ମନକୁ ଆମୋଦିତ କରିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

Sponsored
today-horoscope | Argus News