Videos
|
Horoscope

Today Horoscope / ଆଜିର ରାଶିଫଳ: ୧୨ ରାଶିର ଭାଗ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କାହାର ଦିନ ଶୁଭ?

Ritu Das
Browse all articles by Ritu Das
·2 hours ago·3 min read
ଆଜିର ରାଶିଫଳ: ୧୨ ରାଶିର ଭାଗ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କାହାର ଦିନ ଶୁଭ?
India

Key Points

ମେଷ-
ଶାରିରୀକ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ତିଷ୍ଠି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ
ମେଷ-
ଶାରିରୀକ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ତିଷ୍ଠି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ। ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ। ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ବୃଷ-
ଆପଣ ନିଜକୁ ସୁସ୍ଥ ଓ ଉତ୍ସାହିତ ଅନୁଭବ କରିବେ। ଚାକିରି ମିଳିବାର ସମ୍ଭାବନା ଅଛି। ନିବେଶ କରିବା ପୂର୍ବରୁ ଭଲଭାବେ ପରୀକ୍ଷାନିରୀକ୍ଷା କରିନିଅନ୍ତୁ। ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ମାନସିକ ସ୍ଥିରତା ଦେଖାଦେବ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ। କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। କୋର୍ଟରେ ଶୁଭ ଫଳ ପାଇବେ। ମହିଳାମାନେ ନିରାଶବାଦୀ ରହିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା’ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ପାରିବାରିକ ଜୀବନ ସୁଖମୟ ରହିବ। ଆପଣଙ୍କ କର୍ମଦକ୍ଷତାରେ ଉତ୍ତମ ଫଳ ପାଇବେ। କାର୍ଯ୍ୟକ୍ଷେତ୍ରରେ ସମସ୍ତଙ୍କ ସହିତ ଭଲ ବ୍ୟବହାର କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ସିଂହ-
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଚାକିରିରେ ଅଧିକ ପରିଶ୍ରମ କରିବାକୁ ପଡିବ। ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ। ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ ଭଲ ଉପଲବ୍‌ଧି ମିଳିବ। ନୂଆ କାମ କରିବା ପୂର୍ବରୁ ବନ୍ଧୁର ପରାମର୍ଶ ନେବେ। ଭାଗୀଦାରି ବେପାରୀଙ୍କୁ ଦିନଟି ଲାଭ ଦେବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହେବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ । ଛାତ୍ରଛାତ୍ରୀମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା-
ଜୀବନସାଥୀଙ୍କ ପାଇଁ ଭଲ ଉପହାର କିଣିବେ। ଅନୁଭବୀ ଲୋକଙ୍କ ପରାମର୍ଶରେ ବେପାର ଆଗକୁ ବଢ଼ାଇନେବାରେ ସଫଳ ହେବେ। ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ। ପ୍ରେମରେ ସଫଳତା ପାଇବେ। ଶିକ୍ଷା କ୍ଷେତ୍ରରେ କୌଣସି ଶୁଭ ସମାଚାର ମଧ୍ୟ ମିଳିପାରେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା’ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଧନୁ-
ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ। ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ। ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ। ନିଜର ଜ୍ଞାନ ଖଟାଇ ଅଧିକ କାମ ପୂରା କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି କଥାକୁ ନେଇ ଜୀବନସାଥୀଙ୍କ ସହିତ ମତାନ୍ତର ହେବ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଚାକିରି ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି। ପିଲାମାନେ ପରିଶ୍ରମୀ ହେବେ। ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ। ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ଆପଣଙ୍କର ସୃଜନଶୀଳତା ବୃଦ୍ଧି ହେବ। ଶୁଭ କାର୍ଯ୍ୟରେ ଖର୍ଚ୍ଚ କରିବେ। ବ୍ୟବସାୟରେ ସକାରାତ୍ମକ ପରିବର୍ତ୍ତନ ହେବ। ପୁରୁଣା ନିବେଶରୁ ଲାଭ ପାଇବେ। ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା’ ତାରାଙ୍କର ମନ୍ତ୍ର ପାଠ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: