Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଜାଣନ୍ତୁ ଆଜିର ରାଶିଫଳ, ବିପଦ ଅଛି ଏହି ରାଶି ପାଇଁ...

Banajyotshna Ray
Browse all articles by Banajyotshna Ray
·9 months ago·3 min read
ଜାଣନ୍ତୁ ଆଜିର ରାଶିଫଳ, ବିପଦ ଅଛି ଏହି ରାଶି ପାଇଁ...

Key Points

ଆଜିର ରାଶିଫଳ ଖବର

ଜାଣନ୍ତୁ ଆଉ ସତର୍କ ରୁହନ୍ତୁ

ମେଷ-
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ


ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-
ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ସାଂସ୍କୃତିକ କାର‌୍ୟ୍ୟ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଉନ୍ନତି କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

ତୁଳା-
କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
କୈାଣସି କାରଣରୁ ମନରେ ଭୟ ଆସିପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହୟତା ଲୋଡିବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-
ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ମକର-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ । ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
କର୍ମକ୍ଷେତ୍ରରେ ବାକି ପଡିଥିବା ପଇସା ପାଇବା ପାଇଁ ଚାପ ପ୍ରୟୋଗ କରିବେ । ଛାତ୍ରଛାତ୍ରି ମାନେ ସଫଳତା ହାସଲ କରିବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ମହିଳା ମାନଙ୍କୁୁ କଠିନ ପରିଶ୍ରମ କରିବାକୁ ପଡିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ


ଅଧିକ ପଢ଼ନ୍ତୁ ରାଶିଫଳ ଖବର: 

Related Topics

Explore more stories

Sponsored
Horoscope | Today’s Horoscope: Know Your Zodiac Predictions – Warning for These Signs | Argus News | Argus News