Today Horoscope / ଆଜିର ରାଶିଫଳ: ଜାଣନ୍ତୁ କ'ଣ ଘଟିବ ଆପଣଙ୍କ ସହ

Key Points
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ-
ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ ଆଶା ମନରେ ଦୁଃଖ ଦେଇପାରେ । ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ଆପଣ ବିଜୟୀ ହେବେ । ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବେ ନାହିଁ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ପୌତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ମହିଳା ମାନେ ବନ୍ଧୁ ପରିଜନଙ୍କ ସହିତ ସମୟ ବିତାଇବେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ୟ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ
ମିଥୁନ-
ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଫେରି ଯାଉଥିବା ବନ୍ଧୁଟି ଲେଉଟି ଆସିବା ଯୋଗୁ ନିଜର କାମ ସମ୍ପନ୍ନ କରିପାରିବେ । ଭୁଲ୍ ବୁଝାମଣା ହେତୁ ସମସ୍ୟା ବୃଦ୍ଧିର ଆଶଙ୍କା ଦେଖାଦେବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବାରୁ ସାମୟିକ ଆନନ୍ଦିତ ରହିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିପାରନ୍ତି । ପିଲାଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ଶିକ୍ଷା ଓ ପରୀକ୍ଷାରେ ପିଲାଙ୍କ ସଫଳତାକୁ ନେଇ ଆନନ୍ଦ ଅନୁଭବ କରିବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ଉପରିସ୍ଥ ଅଧିକାରୀ କାମହାସଲ ସକାଶେ ସହଯୋଗ ଲୋଡ଼ିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
କନ୍ୟା-
ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ନିର୍ମାଣ କାର୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର୍ୟ୍ୟ , ସହଯୋଗ କରନ୍ତୁ
ତୁଳା-
ମନରେ ଉତ୍ତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ସହ ବାକ୍ୟାଳାପ କରିବାରେ ସମର୍ଥ ହେବେ। ପାରିବାରିକ ସମ୍ପର୍କକୁ ପ୍ରାଧାନ୍ୟ ଦେବାକୁ ପଡ଼ିପାରେ। ନିଜର ଲୋକଙ୍କ ସହ କଳହର ସମ୍ମୁଖୀନ ହେବେ। ଅବଶ୍ୟ କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ସବୁ କାମ ନିର୍ଦ୍ଧାରିତ ସମୟରେ ପୁରା କରିବା ପାଇଁ ଚେଷ୍ଟା କରିବେ । ଜେଲ୍ ରୁ ଜାମିନ୍ ମିଳିପାରେ । ନୂଆ ଜ୍ଞାନ ର ବୃଦ୍ଧି ହେତୁ ପ୍ରଚୁର ଧନ ଲାଭ ହେବ । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମନର ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣରେ ରଖିପାରିବେ ନାହିଁ । ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତି ଅର୍ଥଲାଭର ମାର୍ଗକୁ ସୁଗମ କରିପାରନ୍ତି। ଉଚ୍ଚ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭ କରି ସ୍ବାର୍ଥ ହାସଲ ଚେଷ୍ଟା କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନ ଥିଲେ ମଧ୍ୟ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବେ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୋ ମତାଙ୍କୁ ସବୁଜ ଖାଦ୍ୟ ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ
ମକର-
ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ୟ୍ୟକୁ ପୁରା କରିବାରେ ସକ୍ଷମ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
କୌଣସି କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ କାମ ଆରମ୍ଭ କରି ପ୍ରଶଂସିତ ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହି ନପାରେ। ଗଠନମୂଳକ କାର୍ୟ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଆର୍ଥିକ କ୍ଷେତ୍ରରେ ଲାଭବାନ ସହିତ ସଂଚୟ କରିପାରନ୍ତି । ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ଭାବ ପ୍ରକାଶ କରିବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁ ପରିଜନଙ୍କ ପ୍ରିୟ ପାତ୍ର ହେବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର...
📱 Get Argus News App
✨Related Topics
Explore more stories