Horoscope / କାହା ଭାଗ୍ୟରେ ଧନବର୍ଷା ଆଉ କାହା ପାଇଁ ବିପଦ ଜାଣନ୍ତୁ ଆଜିର ରାଶିଫଳ

Key Points
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ସ୍ୱାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ । ଯେଉଁ କାମରେ ହାତ ଦେଇଛନ୍ତି, ସେଥିରେ ସଫଳତା ହାସଲ କରିବେ । ଭୁଲ୍ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ । ଅଫିସ୍ ଯିବା ରାସ୍ତାରେ ଅଜଣା ବ୍ୟକ୍ତିଙ୍କ ସହ ମିତ୍ରତା ସୃଷ୍ଟି କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ-
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ଅବଲମ୍ବନ ପୂର୍ବକ କାମ କରିବା ଭଲ ହେବ । ଆଜିର ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ନୂତନ କାର୍ୟ୍ୟାରମ୍ଭ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଥିବା ଆଶା ମନରେ ଦୁଃଖ ଦେଇପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ-
ସ୍ବାସ୍ଥ୍ୟରେ ଅବହେଳାଜନିତ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି । ମନର ଅସ୍ଥିରତା ହେତୁ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ।ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଲେ ମଧ୍ୟ ବିଶେଷ କ୍ଷତିଗ୍ରସ୍ତ ହେବେନାହିଁ। ପରିବାରରେ ମନକଥା ମନରେ ରଖି ଚଳିବାକୁ ବାଧ୍ୟହେବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ
କର୍କଟ-
ବ୍ୟବସାୟ, ପରିବହନ, ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ। ଆଶା ପୂରଣ ହେତୁ ମାନସିକ ସ୍ଥିତି ପ୍ରାୟତଃ ଠିକ୍ ରହିବ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ କିନ୍ତୁ ବ୍ୟସ୍ତତା ବଢ଼ିଯିବ। ଅବହେଳିତ କାମ କିମ୍ବା ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ପରସ୍ପର ବାକ୍ୟ ବିନିମୟ ସାଙ୍ଗକୁ ବ୍ୟୟାଧିକ୍ୟ କାରଣରୁ ଘରେ ତର୍କ ବିତର୍କର ସୂଚନା ରହିଛି। କର୍ମକ୍ଷେତ୍ରରେ ନୂତନ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିବେ।ଧର୍ମକାମରେ ବ୍ୟସ୍ତ ରହି ଘରର ଆବଶ୍ୟକତାକୁ ଅଣଦେଖା କରିପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ
କନ୍ୟା-
ଆଜି ଟିକିଏ କଥାରେ କ୍ରୋଧ ପ୍ରକାଶ କରି ପରିବେଶକୁ ଗମ୍ଭୀର କରିଦେଇପାରନ୍ତି। କର୍ମକ୍ଷେତ୍ରକୁ ଯିବା ବାଟରେ ଅପ୍ରିୟ ସତ୍ୟ କହିବା ସମସ୍ୟା ସୃଷ୍ଟିର କାରଣ ହୋଇପାରେ।
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ। ଆନୁଷ୍ଠାନିକ କାମରେ ସୁଯୋଗ ପାଇ ଆନନ୍ଦିତ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ଅର୍ଥନୈତିକ ଅଭିବୃଦ୍ଧି ମାନସିକ ସ୍ଥିତିକୁ ଋଦ୍ଧିମନ୍ତ କରିବ। ପରିସ୍ଥିତି ବଦଳିଯିବା କାରଣରୁ ମାନସିକ ସ୍ଥିତି ଭଲ ରହିବ। ପ୍ରଶାସନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। ଭ୍ରମଣ ଓ କଠିନ ଶ୍ରମ ହେତୁକ ସ୍ବାସ୍ଥ୍ୟହାନି ଘଟିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ ହୋଇ ନ ଥିବାରୁ ବ୍ୟସ୍ତତା ଅନୁଭବ କରିବେ।
ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ବିଭିନ୍ନ ପ୍ରତିବନ୍ଧକଜନିତ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସଦାବେଳେ ପ୍ରିୟ ବ୍ୟକ୍ତିଙ୍କ ଉପରେ ଅଯଥା ବିରକ୍ତ ହେଲେ ନିଜେ କ୍ଷତିରେ ପଡ଼ିବେ । ଖର୍ଚ୍ଚଭାର ବଢ଼ିବା ଯୋଗୁ ଚିନ୍ତାପ୍ରକଟ କରିବେ। କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର୍ର କ୍ଷେତ୍ରରେ ସମସ୍ୟା ସମାଧାନ ଦିଗକୁ ମୁହାଁଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର-
ବ୍ୟବସାୟ ସମ୍ବନ୍ଧରେ ମହାଜନଙ୍କ ଠାରୁ ଭଲ ପରାମର୍ଶ ପାଇ ଲାଭବାନ ହେବେ । କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି। ନୀରବରେ ବସି ରହିଲେ ସମସ୍ୟାରେ ଛନ୍ଦି ହେବାକୁ ପଡ଼ିପାରେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ୟ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସାଧାରଣ ଘଟଣାକୁ କେନ୍ଦ୍ରକରି ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। ଅସୁସ୍ଥତା ଲାଗି ରହିଲେ ମଧ୍ୟ ଅନ୍ୟମାନଙ୍କ ସାହାଯ୍ୟରେ କାମ ସମ୍ପାଦନ କରିପାରିବେ। ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ। ବନ୍ଧୁଙ୍କ ଫେରିବାରେ ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ମୀନ-
କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅତ୍ୟନ୍ତ ପ୍ରିୟ ଲୋକ ମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇ ପାରନ୍ତି । ଛାତ୍ରଛାତ୍ରୀ ମାନେ କ୍ୟାରିୟରକୁ ନେଇ ଚିନ୍ତିତ ହୋଇପାରନ୍ତି । ରାଜନୀତିରେ ଲୋକ ସମର୍ଥନ ମିଳିବ । ଉଚ୍ଚଶିକ୍ଷା ପ୍ରତିଷ୍ଠାନର ଆଡମିଶନରେ ଆସୁଥିବା ବାଧା ଦୂର ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ
📱 Get Argus News App
✨Related Topics
Explore more stories