Horoscope / କ'ଣ ରହିଛି ସମସ୍ୟା, କିପରି ଦୂର ହେବ ଆପଣଙ୍କ ରାଶିରେ ଜାଣନ୍ତୁ...

Key Points
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ-
କର୍ମପ୍ରବାହରେ ପ୍ରତିକୂଳ ବାତାବରଣ ସୃଷ୍ଟି ଆଶଙ୍କା ରହିଛି। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ପାଇଁ ନିଜର ତ୍ୟାଗପୂତ ମନୋଭାବରୁ ପ୍ରଶଂସା ପାଇବେ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ନିଜ ପରିବେଶରେ ସହମତିରେ କାର୍ୟ୍ୟକଲେ ସଫଳତା ପାଇପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ
ମିଥୁନ-
ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ ପାଇବେ। କର୍ମକ୍ଷେତ୍ରରେ ସମସ୍ୟା ଲାଗିରହିବା ହେତୁ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଶିଳ୍ପ, ବ୍ୟବସାୟ, ପରିବହନ ଓ ଆଇନ ଅଦାଲତ କ୍ଷେତ୍ରରୁ ଆଶାନୁଯାୟୀ ସୁଫଳ ପାଇବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଭିଳଷିତ ଦ୍ରବ୍ୟ ହାସଲ କରିପାରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଅଦାଲତରୁ ଶୁଭଫଳ ପାଇବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭ କରିବା ସହିତ ଦୀର୍ଘ ସମୟର ବ୍ୟସ୍ତତା ଦୂର ହେବ। ବିଗତ ଦିନର ଘଟଣାର ପ୍ରଭାବକୁ କେନ୍ଦ୍ରକରି ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବନାହିଁ। ପ୍ରବାସରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ। ବନ୍ଧୁଙ୍କ ସହ ନୂଆ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ। ପ୍ରତିଶ୍ରୁତି ପାଳନ କରୁ ନ ଥିବା ବନ୍ଧୁଙ୍କ ଦ୍ୱାରା କାମଟି କୌଶଳରେ କରାଇ ନେବେ। ପରିବାରରେ ଛୋଟ କଥାକୁ ଧରିବସିଲେ ଅନର୍ଥ ହୋଇପାରେ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ଅଦଳବଦଳ ହୋଇଯିବାର ଆଶଙ୍କା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
କୈାଣସି ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । ପ୍ରେମ ଜୀବନ ଭଲ ରହିବ । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ପାରିବାରିକ ଅଶାନ୍ତି ହେତୁ ମନରେ ଭାବନାର ଜୁଆର କେନ୍ଦ୍ରୀଭୂତ ହୋଇପାରେ। ଫାଇଲପତ୍ର ସମ୍ବନ୍ଧୀୟ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବ୍ୟବସାୟ, ପରିବହନ, ପ୍ରଶାସନ, ରାଜନୈତିକ କାର୍ୟ୍ୟ ଭଲରେ ଚାଲିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳା ମାନେ କର୍ମତତ୍ପର ରହିବେ । ସରକାରୀ କ୍ଷେତ୍ରରେ ଲାଭ ହେବାର ସମ୍ଭାବନା ଅଛି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସମ୍ପର୍କୀୟମାନେ ଅର୍ଥ ସମସ୍ୟା ସୃଷ୍ଟି କରିପାରନ୍ତି। ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତ ରହିପାରନ୍ତି। ପରିବାରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡ଼ିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ । କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମନ ମୁତାବକ ଭୁମି ଚୟନ କରି ତାକୁ କ୍ରୟ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ଖାଇବାକୁ ଦିଅନ୍ତୁ
📱 Get Argus News App
✨Related Topics
Explore more stories