Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଦୂର ହେବ ସମସ୍ୟା, କ'ଣ ରହିଛି ଆଜି ଆପଣଙ୍କ ରାଶିରେ

Rashmita Mishra
Browse all articles by Rashmita Mishra
·6 months ago·3 min read
ଦୂର ହେବ ସମସ୍ୟା, କ'ଣ ରହିଛି ଆଜି ଆପଣଙ୍କ ରାଶିରେ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

ମେଷ-
ପାରିବାରିକ କ୍ଷେତ୍ରରେ ଅର୍ଥସଂକଟ ଦେଖାଦେବ। ସ୍ଥଗିତ କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। ବ୍ୟବସାୟୀ ମାନଙ୍କୁ ବ୍ୟବସାୟରେ ବହୁତ ଲାଭ ହୋଇପାରେ । ସନ୍ତାନଙ୍କ ଦୁର୍ବଳ ସ୍ବାସ୍ଥ୍ୟ ପରିବର୍ତ୍ତନ ପାଇଁ ଚେଷ୍ଟା କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-
ଯାତ୍ରାର ଲକ୍ଷ୍ୟ ପୂରଣ ହେବ କିନ୍ତୁ ବ୍ୟସ୍ତତା ବଢ଼ିଯିବ। ଅବହେଳିତ କାମ କିମ୍ବା ଆଳସ୍ୟ ଯୋଗୁ କର୍ମ କ୍ଷେତ୍ରରେ ଅପମାନିତ ହୋଇପାରନ୍ତି। କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ମିଥୁନ-
ପାରିବାରିକ କ୍ଷେତ୍ରରେ ଅଶାନ୍ତ ରହିପାରନ୍ତି। ବନ୍ଧୁମାନଙ୍କ ନିକଟରୁ କିଛି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ-
ପରିବାରରେ ଛୋଟ ଛୋଟ କଥାକୁ ନେଇ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସନ୍ତାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ସକାଶେ ବିଶେଷ ଚିନ୍ତା କରିବାକୁ ପଡ଼ିପାରେ। ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ମନ କଥାକୁ ଖୋଲିକରି କହିଲେ ମଧ୍ୟ ନିଜର ଲୋକମାନେ ତାହାର ସମାଲୋଚନା କରିପାରନ୍ତି। ସ୍ତ୍ରୀ କିମ୍ବା ସ୍ବାମୀଙ୍କ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରା, ସଭାସମିତି, ବିନା ବାଧାବିଘ୍ନରେ ସମାପନ ହେବ। କର୍ମକ୍ଷେତ୍ରରେ କିଛି ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

କନ୍ୟା-
ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।ଯେତେ ପ୍ରତିବନ୍ଧକ ଆସିଲେ ମଧ୍ୟ ଦୃଢ଼ତାର ସହ କାମ ହାସଲରେ ସମର୍ଥ ହେବେ। ବ୍ୟକ୍ତିଙ୍କର ସଭାସମିତିରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

ତୁଳା-
କର୍ମକ୍ଷେତ୍ରରେ ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ଚେଷ୍ଟା କରିବେ। ପାରିବାରିକ ସମ୍ପର୍କ ମନ୍ଦ ହେବନି, ତଥାପି ସାଧାରଣ କଥାକୁ ନେଇ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ। ବନ୍ଧୁଙ୍କ ପାଖରେ ସମସ୍ୟାକୁ ଜଣାନ୍ତୁ; ଅବଶ୍ୟ ସହଯୋଗ ମିଳିଯିବ। ସନ୍ତାନମାନଙ୍କର କିଛି ରହିଥିବା ସମସ୍ୟାର ସମାଧାନ ସକାଶେ ବ୍ୟସ୍ତତା ବଢ଼ିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ବିଛା-
ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ପୂର୍ବ ସମସ୍ୟାର ସମାଧାନ, ଆର୍ଥିକ ଉନ୍ନତି, ପାରିବାରିକ ସୌଖ୍ୟ ଲାଭ ଯୋଗ ରହିଛି। ସମ୍ପର୍କୀୟ ଜଣେ ବନ୍ଧୁ ଘରୋଇ ସମସ୍ୟା ସମାଧାନରେ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ସମ୍ପର୍କୀୟଙ୍କ ସହ ମିତ୍ରତା ବଢ଼ାଇବା ସକାଶେ ଚେଷ୍ଟା କରି ନିରାଶ ହେବେ। ଆନୁଷ୍ଠାନିକ କାର‌୍ୟ୍ୟ ପ୍ରସ୍ତୁତି ସକାଶେ ବ୍ୟସ୍ତ ରହିପାରନ୍ତି।ପ୍ରତ୍ୟେକ ପରିସ୍ଥିତିକୁ ସଜାଡ଼ି ନେବେ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢ଼ିଯିବ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସଫଳତା ହାସଲ କରିବେ। ଧାତୁ, ଅଳଙ୍କାର କିମ୍ବା ମୂଲ୍ୟବାନ ଗୃହୋପକରଣ କ୍ରୟ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଶତ୍ରୁତା କରୁଥିବା ଲୋକ ନିଜର ଫାଇଦା ହାସଲର ଅପଚେଷ୍ଟା ଲାଗି ମନ ବଳାଇ ପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ସଭାସମିତିରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର‌୍ୟ୍ୟକଳାପ ଦୁଃଖ ଦେଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମୀନ-
ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ପାରିବାରିକ ଶାନ୍ତି ବୃଦ୍ଧି ପାଇବ ଏବଂ ସମସ୍ତ କାର‌୍ୟ୍ୟ ଶୁଭପ୍ରଦ ହେବ । ସଭାସମିତିରେ ଆପଣଙ୍କ ଯୁକ୍ତିକୁ ଅନ୍ୟମାନେ ଗ୍ରହଣ କରିବାକୁ ବାଧ୍ୟ ହେବେ। ଅର୍ଥ ସମ୍ପର୍କ ଓ ପ୍ରଶାସନିକ ସ୍ତରରେ ସଫଳତା ଅର୍ଜନ କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Problems Will Fade Away: Know What Today’s Horoscope Says About Your Zodiac Sign | Argus News