Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope Today / ଏହି ରାଶିର ବ୍ୟକ୍ତିଙ୍କୁ ଆକସ୍ମିକ ଧନପ୍ରାପ୍ତିର ରହିଛି ସମ୍ଭାବନା

Ritu Das
Browse all articles by Ritu Das
·5 months ago·3 min read
 ଏହି ରାଶିର ବ୍ୟକ୍ତିଙ୍କୁ ଆକସ୍ମିକ ଧନପ୍ରାପ୍ତିର ରହିଛି ସମ୍ଭାବନା
india

Key Points

ମେଷ-
ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ । ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ । ଯାନ,ବାହନ କରିବାରେ ଆଗ୍ରହ ବଢିବ ।
ମେଷ-
ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ । ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ । ଯାନ,ବାହନ କରିବାରେ ଆଗ୍ରହ ବଢିବ । ମହିଳା ମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା' ବଗଳାମୁଖିଙ୍କ ପୂଜାର୍ଚ୍ଚନା କରନ୍ତୁ

ବୃଷ-
ଯେକୌଣସି ପ୍ରକାରର ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ । କର୍ମକ୍ଷେତ୍ରରେ ଆଦାନ ପ୍ରଦାନ ପାଇଁ ଏକ ସୁଯୋଗ ଆସିପାରେ । କ୍ୟାରିୟର ଦୃଷ୍ଟିରୁ ବହୁତ ଭଲ ଫଳାଫଳ ପାଇବେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତ୍ତି ହସ୍ତାନ୍ତର ହୋଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଶତ୍ରୁ ମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ ।

କର୍କଟ-
ଶାରୀରିକ କ୍ଲେଶ ଦ୍ୱର ହେବା ସହିତ ପୁରାତନ ରୋଗର ଉପସମ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ଆଧ୍ୟାତ୍ମିକ ଦିଗ ପ୍ରତି ଅନୁପ୍ରାଣିତ ହୋଇପାରନ୍ତି । ଆପଣ ବିଦେଶୀ ଯୋଗାଯୋଗରୁ ମଧ୍ୟ ଲାଭ ପାଇବେ ଏବଂ ବ୍ୟବସାୟରେ ବୃଦ୍ଧି ହେବାର ସମ୍ଭାବନା ରହିଛି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଛାତ୍ରୀଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ଆପଣ ଅଭିଜ୍ଞତା ଅର୍ଜନ କରିବେ ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ। ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କନ୍ୟା-
ପୁରୁଣା କମ୍ପାନୀକୁ ଛାଡି ନୂଆ କମ୍ପାନୀରେ ଯୋଗ ଦେବାକୁ ନିଷ୍ପତି ନେଇପାରନ୍ତି । ପରିବାର ସଦସ୍ୟ ମାନଙ୍କ ଭିତରେ ସମନ୍ୱୟ ଭଲ ରହିବ । କ୍ରୀଡା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଗୁରୁତ୍ୱପୂର୍ଣ୍ଣ ଲୋକଙ୍କ ସହ ସାକ୍ଷାତ ହେବ । ସବୁ କାମ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ତୁଳା-
ପରିବାରରେ ଚିନ୍ତା ବଢିପାରେ । ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବେ । ମୋହରେ ପଡି ଅପଦସ୍ତ ହେବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ବିଛା-
ବିବାହ ଜୀବନରେ ପ୍ରେମ ବଢିପାରେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ସମ୍ପତ୍ତି ମାମଲା ମଧ୍ୟସ୍ଥତା ଦ୍ୱାରା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା' ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଧନୁ-
କୌଣସି କାର୍ଯ୍ୟରେ ସଫଳତା ହାସଲ କରିବେ । ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ । ଆପଣଙ୍କର କ୍ରୀଡା କାର୍ଯ୍ୟକଳାପକୁ ପୁନଃ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ଆପଣ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ବିବାହିତଙ୍କ ପାଇଁ ଦିନଟି ଶୁଭ ରହିବ । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ସକରାତ୍ମକ ଶକ୍ତିରେ ପୂର୍ଣ୍ଣ ରହିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି । ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତା ସହିତ ସବୁକିଛି କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର– ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ। 

ମୀନ-
ଦାମ୍ପତ୍ୟ ଜୀବନରେ ଖୁସି ରହିବା ସହିତ ସାମଞସ୍ୟ ବଜାୟ ରହିବ। ନୂତନ ଭାବରେ ଭୂମି ବା ଗୃହ କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନେ ନିଜର ଜୀବନ ଶୈଳୀରେ ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି। ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today’s Horoscope: Zodiac Signs Likely to Receive Sudden Financial Gains | Argus News