Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜିର ରାଶିଫଳ ଖବର: ସତର୍କ ରୁହ ଏହି ରାଶିଦ୍ୱୟ

Horoscope

Horoscope Today / ଆଜିର ରାଶିଫଳ ଖବର: ସତର୍କ ରୁହ ଏହି ରାଶିଦ୍ୱୟ

Banajyotshna Ray
Browse all articles by Banajyotshna Ray
·22 hours ago·4 min read
ଆଜିର ରାଶିଫଳ ଖବର: ସତର୍କ ରୁହ ଏହି ରାଶିଦ୍ୱୟ
Horoscope Today

Key Points

ଆଜିର ରାଶିଫଳ ଖବର
ସତର୍କ ରୁହ ଏହି ରାଶିଦ୍ୱୟ
ମେଷ-
ପରିବାର ସହ ଯାତ୍ରାରେ ସଫଳତା ହାସଲ କରିପାରିବେ । ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି। ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ବୃଷ-
ବ୍ୟବସାୟୀମାନେ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ନିଜର ଲକ୍ଷ୍ୟ ହାସଲ କରିପାରିବେ। ପାରିବାରିକ ଦୃଷ୍ଟିକୋଣରୁ ପର କଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଆନୁଷ୍ଠାନିକ କାମରେ ସୁଯୋଗ ପାଇ ଆନନ୍ଦିତ ହୋଇପାରନ୍ତି । ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ବନ୍ଧୁଙ୍କ ସାହାଯ୍ୟ ସହେଯାଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମ କ୍ଷେତ୍ରରେ ଏକାଧୀକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଘର ପାଇଁ ହେଉ କିମ୍ବା ବନ୍ଧୁ ପାଇଁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଛୋଟ କଥାକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଯୁକ୍ତିତର୍କ ଠିକ୍ ହେବନାହିଁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ ପରିବାରରେ କଳହ ଲାଗିପାରେ। ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା-
ପରିବାରର ସାଧାରଣ ଘଟଣାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ଲାଗି ରହିବା କାରଣରୁ ଧାର, କରଜ କରିବାକୁ ପଡ଼ିପାରେ । ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଲିମକଦ୍ଦମାର ବିଚାର ଆପଣଙ୍କ ସପକ୍ଷରେ ଯିବାର ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ତୁଳା-
ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ ସାହିତ୍ୟ, ସଙ୍ଗୀତ ଓ ଆନୁଷ୍ଠାନିକ କାମରେ ସମସ୍ୟା ସମାଧାନ ହେବ। ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ପୂର୍ବ ସ୍ଥିରୀକୃତ ଯୋଜନା ଅନୁଯାୟୀ ବନ୍ଧୁଦ୍ୱାରକୁ ଗମନ କରିପାରନ୍ତି । ଶତ୍ରୁତା କରୁଥିବା ଲୋକମାନଙ୍କ ନିକଟରୁ ଯଥା ସମ୍ଭବ ଦୂରେଇ ରହିବା ଭଲ ହେବ। କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ବିଦେଶରେ କାମ କରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି । ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ରହିବେ । ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନନ୍ଦିତା କ୍ଷେତ୍ରରେ ଥିବା ସମସ୍ୟା ଦୂର ହୋଇପାରେ । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡିପାରେ । ଘରୋଇ ବିତର୍କରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି । ଅନ୍ୟମନସ୍କ ହେତୁ ଧନହାନି ଓ ଶାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ କାମ ନ କଲେ ପରିସ୍ଥିତି ଜଟିଳତା ଆଡ଼କୁ ଗତି କରିପାରେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ସଚେତନତା ଅବଲମ୍ବନ କରିବା ହେତୁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯିବ। ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆତ୍ମୀୟ ସ୍ବଜନ ଦୂରେଇ ଯାଇପାରନ୍ତି। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ



Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Horoscope Today | Today Horoscope News: These Two Zodiac Signs Need to Stay Alert | Argus News | Argus News