Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଜାଣନ୍ତୁ ଆଜିର ରାଶିଫଳ,ସର୍ତକ ରୁହନ୍ତୁ ଏହି ରାଶି...

Rashmita Mishra
Browse all articles by Rashmita Mishra
·6 months ago·3 min read
ଜାଣନ୍ତୁ ଆଜିର ରାଶିଫଳ,ସର୍ତକ ରୁହନ୍ତୁ ଏହି ରାଶି...
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

ମେଷ-
ଅଟକି ରହିଥିବା କାମଟି ସୁବିଧାରେ ସମ୍ପନ୍ନ ହେବ।ଆମତ୍ୀୟମାନଙ୍କ ଉପରେ ଭୁଲ୍ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ଆର୍ଥିକ ଦିଗଟି ବିଶେଷ ଭଲ ନ ରହିଲେ ମଧ୍ୟ କାମ ଅଟକି ରହିବ ନାହିଁ। ମନୋରଞ୍ଜନ କାର‌୍ୟ୍ୟକ୍ରମରେ ନିଜକୁ ସାମିଲ୍ କରି ପ୍ରଶଂସିତ ହେବେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୈାଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ବ୍ୟସ୍ତ ହେବେ । କାହାରି କଥାରେ ପ୍ରଭାବିତ ହୋଇ ମୂଲ୍ୟହୀନ କାମରେ ମୁଣ୍ଡ ପୂରାଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସହମତିରେ କାମ କଲେ ଉପକୃତ ହେବେ। ପୁରାଣ ପଠନ, ସତ୍‌ସଙ୍ଗ ସାଙ୍ଗକୁ ଧର୍ମକାର‌୍ୟ୍ୟ ପ୍ରତି ଆଗ୍ରହୀ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

କର୍କଟ-
ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ôଯତଶୀଳ ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ସିଂହ-
ଯେମିତି ଚାହୁଁଛନ୍ତି ସେମିତି କାମ ସମ୍ପନ୍ନ ହେବାରେ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟିର ଆଶଙ୍କା ରହିଛି। ପରିବାରର ଅସଜଡ଼ା ପରିସ୍ଥିତିକୁ ପଡ଼ୋଶୀଙ୍କ ସହାୟତାରେ ସଜାଡ଼ି ନେବେ । ଯାତ୍ରା, ବାଣିଜ୍ୟ, ଭ୍ରମଣ ଶାନ୍ତିପ୍ରଦ ରହିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

କନ୍ୟା-
ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ । ଯାନବାହାନ, ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରୁ ଖୁସି ରହିବେ । ଅନ୍ୟର ସାହାର‌୍ୟ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । କଳା, ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ । ମାଲିମକଦ୍ଦମାରେ ବିଜୟୀ ହେବେ । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାର ସୁଯୋଗ ପାଇପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ବିଛା-
କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରିରୀକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ । ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଧନୁ-
କର୍ମ ଜଞ୍ଜାଳ ବୃଦ୍ଧି ହେତୁ ସ୍ୱାସ୍ଥ୍ୟ ସମସ୍ୟା ବଢିଯାଇପାରେ । ଆର୍ଥିକ ଅଭିବୃଦ୍ଧି ସହ ଭୂସମ୍ପତ୍ତି ଲାଭ କରିପାରନ୍ତି । କାର‌୍ୟ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହି ନ ପାରେ, ଫଳତଃ ସ୍ବାସ୍ଥ୍ୟହାନିର ସମ୍ଭାବନା ରହଛି।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୋ ମତାଙ୍କୁ ସବୁଜ ଖାଦ୍ୟ ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ

ମକର-
ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ଋତ ହେବେ । ଦୂରଯାତ୍ରା,ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମାଧାନ କରିବେ ।ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତବ୍ୟରେ ତ୍ରୁଟି ରହିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ସମ୍ମାନିତ ଲୋକଙ୍କ ସହ ମିଶିବେ । ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି । ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-
ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today Horoscope | Today’s Horoscope: Be Careful If You Belong to These Zodiac Signs | Argus News