Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

Rashmita Mishra
Browse all articles by Rashmita Mishra
·7 months ago·3 min read
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ-
ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ । ଶିଳ୍ପ, ବାଣିଜ୍ୟ ଓ ପରିବହନରୁ ଲାଭବାନ ହେବେ । ସଞ୍ଚିତ ଅର୍ଥରୁ କିଛି ଖର୍ଚ୍ଚ କରିପାରନ୍ତି । ସମ୍ପତ୍ତି ବଢ଼ାଇବାର ଯୋଜନା ସଫଳ ହେବ । ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର- ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ବୃଷ-
ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରିଆ ମାନେ ଉପରିସ୍ଥମାନଙ୍କର ଶ୍ରଦ୍ଧା ଲାଭ କରିବେ । ଛାତ୍ରଙ୍କ ଲେଖା ପଢ଼ାରେ ବାଧା ଦୂର ହୋଇଯିବ । ବିଶିଷ୍ଟ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ସମ୍ପତ୍ତି ବଢ଼ାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ମିଥୁନ-
ପରହାତ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ସାଂସାରିକ ଜୀବନ ସୁଖମୟ ହେବ । ବାଦ ବିବାଦ, ମାଲି ମକଦ୍ଦମାରେ ସଫଳତା ମିଳିବ । ପ୍ରତିଯୋଗୀ ପରୀକ୍ଷାରେ ଅବଶ୍ୟ ଶୁଭଫଳ ପାଇବେ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ନିଜର ଖାଇବାର କିଛି ଅଂଶ ଗାଈକୁ ଖାଇବାକୁ ଦିଅନ୍ତୁ

କର୍କଟ-
ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାଯ୍ୟରେ ଅଧୁରା କାମ ପୂରା କରିବେ । ବ୍ୟବସାୟରେ ତ୍ୱରିତ ନିଷ୍ପତ୍ତି ଲାଭପ୍ରଦ ହେବ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ । ଛାତ୍ରଛାତ୍ରୀ କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ମା' ଭୁବନେଶ୍ଵରୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମ କ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ମହିଳାମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀରାମଙ୍କୁ ପୂଜା କରନ୍ତୁ

କନ୍ୟା-
ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ଯ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ଛାତ୍ରଛାତ୍ରୀ ମାନେ ପଢ଼ାରେ ମନ ଯୋଗ ରଖି ପାରିବେ ନାହିଁ । ମାଲି ମକଦ୍ଦମାରେ ସାମାନ୍ୟ ସଫଳତା ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ତୁଳା-
ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ମନରେ ଧାର୍ମିକ ଭାବନା ଉଦୟ ହେବ । କର୍ମ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସମ୍ଭାବନା ଅଧିକ ରହିଛି । ଜମିବାଡ଼ି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ

ବିଛା-
ଚାକିରିରେ କିଛି ପରିବର୍ତ୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣ ରୂପେ ସହଯୋଗ ପାଇବେ । ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃ ପୁରୁଷଙ୍କ ଘର ପାଇପାରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର- ମନ୍ଦାର ଫୁଲକୁ ସୂର୍ଯ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-
ଛାତ୍ରମାନେ ସଫଳତା ପାଇବାର ସମ୍ଭାବନା ଅଛି । ଆପଣ କିଛି କୌଶଳ ବ୍ୟବହାର କରି ଆପଣ ଅତି ଚ୍ୟାଲେଞ୍ଜିଂ କାର୍ଯ୍ୟ ଗୁଡ଼ିକୁ ମଧ୍ୟ ସହଜରେ ସମ୍ପନ୍ନ କରିବାରେ ସକ୍ଷମ ହେବେ । ଜମିଜମା କାରବାର, ରାଜନୀତି, ଆନୁଷ୍ଠାନିକ କାମରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ଆଲୋଚନା ପରିସରରେ ସାଧାରଣ କଥାରେ ବନ୍ଧୁ କ୍ଷୁବ୍ଧ ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍‌ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ । ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ମା' ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡ଼ିପାରେ । ପଡ଼ୋଶୀଙ୍କ ସହାୟତାରେ ଆଶା କରିଥିବା ଦିଗରୁ ମୂଲ୍ୟବାନ ଜିନିଷ ପ୍ରାପ୍ତି ହେବ । ଅଧ୍ୟାପନା, ସାହିତ୍ୟ, ସଂସ୍କୃତି, କଳା ଓ ସଙ୍ଗୀତ କ୍ଷେତ୍ରରେ ପ୍ରଶଂସା ମିଳିବ । ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବାର ସୂଚନା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ସାତଟି ଗୋଲ ମରିଚ ନୀଳ କପଡ଼ାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ମୀନ-
ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ ବାତାବରଣ ଶାନ୍ତି ଦାୟକ ରହିବ । ଅଫିସ୍‌ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ । ଜମିବାଡ଼ି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି । ଆଇନ୍ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | How Will Your Day Go Today? | Argus News