Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଆଜି ଏହି ରାଶିର ବ୍ୟକ୍ତିଙ୍କ ହେବ ବ୍ୟବସାୟରେ ଲାଭ

Rashmita Mishra
Browse all articles by Rashmita Mishra
·4 months ago·4 min read
ଆଜି ଏହି ରାଶିର ବ୍ୟକ୍ତିଙ୍କ ହେବ ବ୍ୟବସାୟରେ ଲାଭ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 

ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ବୃଷ-
ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର‌୍ୟ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ

ମିଥୁନ-
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ମାଲିମକନ୍ଦମା କ୍ଷେତ୍ରରେ ଉତମ ଫଳ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ସହିିତ ଯାତାୟତ କରିବା ଉଚିତ୍ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁବବ କରିବେ । ରାଜନୀତିରେ ପଦ ମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଜମିବାଡି ବିବାଦ ଜଟିଳ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା-
କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର‌୍ୟ୍ୟ , ସହଯୋଗ କରନ୍ତୁ

ତୁଳା-
ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର‌୍ୟ୍ୟଚ୍ୟୁତି ଘଟିପାରେ। ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ସନ୍ତାନ ମଧ୍ୟରେ ବ୍ୟକ୍ତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାମ ହାସଲ କରିବେ । ରାଜନୀତିରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ । କ୍ୟାରିୟର ଓ ଶିକ୍ଷା କ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ । ମୂଲ୍ୟବାନ ଜିନିଷ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି କ୍ଷ ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଅଫିସରେ ଅଧିକ କାମ କରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅଧିକ ଅତ୍ମବିଶ୍ୱାସ ହାନିକାରକ ହୋଇପାରରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଆନନ୍ଦମୟ ମୂହୁର୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ । ପ୍ରେମିକା,ପ୍ରେମିକ ମାନଙ୍କୁ ଆଶାଜନକ ଫଳ ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ପଢନ୍ତୁ ସମ୍ପୂର୍ଣ: ଏହି ବ୍ୟକ୍ତି ଆର୍ଥିକ ଲାଭ ସହ ସୁଖରେ କାଟିବେ ଦିନ

ମୀନ-
ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇପାରନ୍ତି । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଭୂ-ସମ୍ପତି ଭାଗ ହୋଇପାରେ । ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କେଶର, ବୁଟ , ହଳଦୀ ଆଦିକୁ ଖାଦ୍ୟ ପହାର୍ଥରେ ସାମିଲ୍ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Today’s Horoscope: These Zodiac Signs May Gain in Business Today | Argus News