Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ୍‌ ହେବେ

Santosh Kumar Sahoo
Browse all articles by Santosh Kumar Sahoo
·5 months ago·3 min read
ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ୍‌ ହେବେ
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ
ଘରୋଇ ସମସ୍ୟା ସାଙ୍ଗକୁ ବ୍ୟବସାୟରେ ପ୍ରତିବନ୍ଧକଜନିତ ଟେନ୍‌ସନ ଲାଗି ରହିବ । କର୍ମକ୍ଷେତ୍ରର ଜଣେ ବନ୍ଧୁଙ୍କ ସହାୟତାରେ କାର୍ଯ୍ୟ ହାସଲ କରିବେ । ପୂର୍ବ ସ୍ଥିରୀକୃତ ଯୋଜନା ପ୍ରକାରେ କୌଣସି ନୂତନ କର୍ମାରମ୍ଭ କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

ବୃଷ

ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ

ସହାନୁଭୂତିର ସହ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ । ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ମଧ୍ୟ ସୂଚନା ରହିଛି । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବ ଓ ଅଦାଲତର ରାୟ ସପକ୍ଷରେ ଯିବ । ଶତ୍ରୁଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ

କର୍କଟ

ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ

ସମସ୍ୟାବହୁଳ ପରିସ୍ଥିତି ରହିଥିଲେ ମଧ୍ୟ କୌଶଳରେ ସବୁ ସୁଧାରି ନେବେ । ବ୍ୟବସାୟରେ ନୂତନ ଦିଗନ୍ତ ସୃଷ୍ଟି ହେବ ଏବଂ ଆଶାର ଆଲୋକ ନିଶ୍ଚିତ ଦେଖିବେ । ଅଯଥା ତର୍କ ନ କରି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ପାଇ ମନ ସାମୟିକ ହାଲୁକା ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

କନ୍ୟା

ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । କାରବାରରେ ଆପଣଙ୍କୁ ଲାଭ ହୋଇପାରେ । ରାଜନୈତିକତା ଉତ୍ପରତା ବଢିବ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କୃଷି ପଶୁରେ ଉନ୍ନତି ଓ ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା

ପାରିବାରିକ କ୍ଷେତ୍ର ସହୃଦୟତାପୂର୍ଣ୍ଣ ରହିବ । ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ । ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍ ଦେଲେ ଯାତ୍ରା ସଫଳ ହେବ । ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୌଣସି ଉପଚାର କରିନପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା

ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଧନୁ

ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ତଥାପି କାମର ଚାପ ବହୁତ ବଢିଯିବ । ବନ୍ଧୁମାନଙ୍କୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମକର

ଶରୀରରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ମାଲିମକନ୍ଦମାରେ ଜୟଲାଭ କରିବାର ଆଶା ରହିଛି । ଧାତୁ ଅଳଙ୍କାର କ୍ରୟ କରି ସାମାନ୍ୟ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ

କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ରହିଥିବା କାରଣରୁ ବହୁତ କାମ ହାତକୁ ନେଇ ବ୍ୟଥିତ ହେବେ । ଅପ୍ରିୟ ସତ୍ୟ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ କିନ୍ତୁ ଶତ୍ରୁତା ମଧ୍ୟ ସୃଷ୍ଟି ହେବ । ଅପରାହ୍ନରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇପାରେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ମୀନ

ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ବହୁ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ । ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ । ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଲାଲ୍ ପିମ୍ପୁଡିକୁ ଡାଲିଚୁରା ଖାଇବାକୁ ଦିଅନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Today’s Horoscope: Know How Your Day Will Be & What Your Zodiac Says | Argus News