Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ପ୍ରେମୀଯୁଗଳମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ

Santosh Kumar Sahoo
Browse all articles by Santosh Kumar Sahoo
·5 months ago·3 min read
ପ୍ରେମୀଯୁଗଳମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ

ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ରାଜନୀତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ସ୍ଥାପନ ହେବ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ବୃଷ

ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ


ପ୍ରେମ ଜୀବନ ଭଲ ରହିବ । ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୌଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି । ଜମି କ୍ରୟ କରି ଖୁସି ରହିବେ । ମହିଳାମାନେ ପରିବାରରେ ପୁଷ୍ଟି ସାଧନ କରିବେ । କୌଣସି କଥାକୁ ନେଇ ଅଧିକ ଭାବୁକ ରହିବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ

ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ମହିଳାମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ

ଛାତ୍ରଛାତ୍ରୀଙ୍କ ଲେଖାପଢାରେ ବାଧା ଦୂର ହେବ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା

ପାରିବାରିକ ଜୀବନ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

ତୁଳା

ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ବ୍ୟାପାର ବୃତ୍ତିରେ ପ୍ରଗତି ହେବ । ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା

ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ । ରାଜନୀତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳାମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଧନୁ

ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଛାତ୍ରମାନେ ମୈଳିକ ବୁ୍ଦ୍ଧିର ଉପଯୋଗ କରିବେ । ଆଇନ, ଅଦାଲତରେ ଜଡିତ ରହିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନ ଲାଭର ଯୋଗ ଅଛି । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର


ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୌଣସି ବଡ଼ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ମହିଳାମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ

ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ବହୁତ ସମାଲୋଚନା କରିବେ । ଭାଙ୍ଗିପଡିଥିବା ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କରି ସଫଳ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ରଛାତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମୀନ


ପ୍ରେମୀଯୁଗଳ ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରରେ ଆନନ୍ଦମୟ ମୂହୁର୍ତ୍ତ ସହିତ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନ ଜନକ ଘଟଣା ଦେଖାଦେବ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Today’s Horoscope: How Will Your Day Go? Check Your Zodiac Prediction | Argus News