Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଆଜି କେଉଁ ରାଶି ଧନ ଲାଭ କରିବେ ଜାଣନ୍ତୁ

Rashmita Mishra
Browse all articles by Rashmita Mishra
·10 months ago·3 min read
ଆଜି କେଉଁ ରାଶି ଧନ ଲାଭ କରିବେ ଜାଣନ୍ତୁ

Key Points

ବୃଷ ରାଶି ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ

ମେଷ ରାଶି କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ

ମିଥୁନ ରାଶି ପ୍ରେମିକ, ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ମେଷ-
ବ୍ୟବସାୟ କାର‌୍ୟ୍ୟରେ ବ୍ୟସ୍ତତା ବୃଦ୍ଧି ସହ ଋଣଭାର ପରିଶୋଧ ଜନିତ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍ ପ୍ରକାଶ କରନ୍ତୁ ନାହିଁ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- କୈାଣସି ଛୋଟା ଲୋକଙ୍କୁ କିଛି ସାହାର‌୍ୟ୍ୟ କରନ୍ତୁ

ବୃଷ-
ପ୍ରତ୍ୟେକ କ୍ଷେତ୍ରରେ ପଛଧାଡିରେ ରହି କାମ କରିବାକୁ ପସନ୍ଦ କରିପାରନ୍ତି। ପରିବାରରେ କୌଣସି ପିଲାର ସ୍ବାସ୍ଥ୍ୟ ଚିନ୍ତାର କାରଣ ହୋଇପାରେ। ସାହିତ୍ୟ, କଳା, କ୍ରୀଡ଼ା, ସଙ୍ଗୀତ ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହେବ। ବାଣିଜ୍ୟ, ପରିବହନ, ଯାତ୍ରା ଓ ଆଲୋଚନା କ୍ଷେତ୍ର ଭଲ ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ମିଥୁନ-
ମନରେ ବହୁତ କଥା ଭରି ରହିଥିଲେ ମଧ୍ୟ ନୀରବତାକୁ ପସନ୍ଦ କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ କାମ ପଛକୁ ପକାଇ ଅନ୍ୟମାନଙ୍କ କାମରେ ଅନୁପ୍ର୍ରବେଶ କାରଣରୁ ମନ ସର୍ବଦା ବିଚଳିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବା କଷ୍ଟକର ହୋଇପଡିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ତ୍ରିପୁରା ସିନ୍ଦରୀଙ୍କର ଯନ୍ତ୍ରିକା ଧାରଣ କରନ୍ତୁ

କର୍କଟ-
ସମ୍ପର୍କୀୟମାନେ ପରିବାରର ଅସଜଡା ପରିସ୍ଥିତିକୁ ସଜାଡି ନେବାରେ ସାହାଯ୍ୟ କରିବେ। ଅଭାବ ଓ ଅସୁବିଧା ନ ଥିଲେ ମଧ୍ୟ ଦୁଶ୍ଚିନ୍ତା ମନକୁ ଆକ୍ରାନ୍ତ କରିପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। କର୍ମକ୍ଷେତ୍ରରେ ନିଷ୍ପତ୍ତି ନେବାରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ସିଂହ-
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ଲାଭ କରି ମନୋବଳ ବୃଦ୍ଧି ପାଇବ। ଶିକ୍ଷା, ଆଲୋଚନା, ଗଠନମୂଳକ କାମ ଓ ଲେଖାପଢା କ୍ଷେତ୍ରରୁ ଶୁଭଫଳ ପାଇବେ। ପରିବାରରେ ହଠାତ୍ ପ୍ରତିକ୍ରିୟା ପ୍ରକାଶ କଲେ ଅନର୍ଥ ହୋଇପାରେ। ଅର୍ଥସଂକଟ ହେତୁ କେତେକ କାମ ଅଟକି ରହିଯିବାର ସୂଚନା ରହିଛି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କନ୍ୟା-
ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ତୁଳା-
ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଓ ବନ୍ଧୁବର୍ଗଙ୍କ ସମାଦର ଦିନଟିକୁ ରୁଚିପୂର୍ଣ୍ଣ କରାଇବ। ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ପରିବାରରେ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ଲାଭ କରି କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିିବେ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ବିଛା-
ଆପଣଙ୍କର ବହୁତ କାମ ଅଧୁରା ରହିପାରେ । ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଧନୁ-
ବ୍ୟବସାୟିକ କ୍ଷେତ୍ରରେ ସଫଳତା ପାଇବେ। ଅନ୍ୟମନସ୍କ ରହିବା ଯୋଗୁ କେତେକ ବ୍ୟତିକ୍ରମ ଦେଖାଦେବ।ଘରର ଅକୁହା କଥାକୁ ଚିନ୍ତା କରି ମନରେ ସରସତା ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି କେତେକ କାମ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

କୁମ୍ଭ-
ପରିବାରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବାଲ୍ୟବନ୍ଧୁ ସାହାଯ୍ୟ କରିପାରନ୍ତି।
କୌଶଳରେ କାମ ହାସଲ କଲେ ମଧ୍ୟ ଦିନଟିରେ ବିଶେଷ ପରିଶ୍ରମ କରିବାକୁ ପଡିବ। ଆୟକର ବିଭାଗ ଦ୍ୱାରା ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ଦୀର୍ଘ ଦିନ ହେଲା ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପଛରେ ବହୁତ ସମାଲୋଚନା କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଦକ୍ଷିଣ କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମୀନ-
ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସହିତ ସତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Today’s Horoscope: Which Zodiac Signs Will Gain Wealth? | Argus News | Argus News