ଆଜିର ଦିନରେ ଏହି ରାଶିଧାରୀ ବ୍ୟକ୍ତି ଏହି କାର୍ଯ୍ୟ କଲେ ଆଶୀର୍ବାଦ ପ୍ରାପ୍ତି ହେବ

Key Points
ଆଜିର ଦିନରେ ଏହି ରାଶିଧାରୀ ବ୍ୟକ୍ତି ଏହି କାର୍ଯ୍ୟ କଲେ ଆଶୀର୍ବାଦ ପ୍ରାପ୍ତି ହେବ
ଆଜିର ଦିନରେ ଏହି ରାଶିଧାରୀ ବ୍ୟକ୍ତି ଏହି କାର୍ଯ୍ୟ କଲେ ଆଶୀର୍ବାଦ ପ୍ରାପ୍ତି ହେବ। ଚାଲନ୍ତୁ ଜାଣିବା ଆଜିର ରାଶିଫଳ ବିଷୟରେ।
ମେଷ-
ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ରାଜନୀତିରେ ସାହସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ। ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ। ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ବ୍ୟବସାୟରେ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୌଣସି କଥା ଆଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ଲୋକ କଲ୍ୟାଣ କାର୍ଯ୍ୟ କରିବେ। ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା' ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପଢ଼ିବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁବନେଶ୍ବରୀଙ୍କର ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ
ସିଂହ-
ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିବାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ । ରାଜନୀତିରେ ଆଗକୁ ଯିବେ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ
ତୁଳା-
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସରେ ଭାଗୀ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସହକର୍ମୀମାନେ କର୍ମ କ୍ଷେତ୍ରରେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବିଦ୍ଧି ପୂର୍ବକ ଶିବ ପୂଜା କରନ୍ତୁ
ଧନୁ-
ଭାତୃ ସଂପର୍କରେ ଉନ୍ନତି ଘଟିବ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଲଗାନ୍ତୁ
ମକର-
ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ। ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ମା'ଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
କୌଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ଜମିଜମା କ୍ଷେତ୍ରରେ ଆଶାନୂରୁପ ସଫଳତା ମିଳିବ। ମହିଳା ମାନେ ଅର୍ଥଲାଭ କରିବେ। ମାଲିମକଦ୍ଦମାରେ ଜୟଯୁକ୍ତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର୍ଯ୍ୟନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ