Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜିର ରାଶିଫଳ; ମଧ୍ୟାହ୍ନରେ ଏହି ରାଶିଧାରୀଙ୍କ ବଢିବ ଟେନସନ

Horoscope

Today Horoscope / ଆଜିର ରାଶିଫଳ; ମଧ୍ୟାହ୍ନରେ ଏହି ରାଶିଧାରୀଙ୍କ ବଢିବ ଟେନସନ

Debashree Debasmita Sahoo
Browse all articles by Debashree Debasmita Sahoo
·1 hour ago·4 min read
ଆଜିର ରାଶିଫଳ; ମଧ୍ୟାହ୍ନରେ ଏହି ରାଶିଧାରୀଙ୍କ ବଢିବ ଟେନସନ
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ପ୍ରଶାସନିକ ସ୍ତରରେ ସନ୍ତୋଷଜନକ ଫଳ ପାଇବେ । ବନ୍ଧୁଙ୍କ ସହାୟତାରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। ଯାତ୍ରା ପାଇଁ ପୂର୍ବ ପ୍ରସ୍ତୁତି କିମ୍ବା ମନୋରଞ୍ଜନ କାର୍ଯ୍ୟକ୍ରମ ପାଇଁ ବ୍ୟସ୍ତ ରହିପାରନ୍ତି । ସୁନ୍ଦର ସ୍ଵାସ୍ଥ୍ୟ, ଆଦର୍ଶ ପାରିବାରିକ ଜୀବନକୁ ଅଙ୍ଗେ ନିଭାଇ ଖୁସି ରହିବେ ।
ଶୁଭ ରଙ୍ଗ- ଲାଲ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ ।

ବୃଷ-
ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଛାତ୍ରଛାତ୍ରୀମାନେ ପରିଶ୍ରମୀ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ମିଥୁନ-
ଆଜି ଆର୍ଥତ୍କ ଅଭିବୃଦ୍ଧି ସକାଶେ ଅନୁକୂଳ ପରିବେଶ ସୃଷ୍ଟି ହେବ । କାର୍ଯ୍ୟସିଦ୍ଧି ସାଙ୍ଗକୁ ଶିକ୍ଷା କ୍ଷେତ୍ରରେ ସନ୍ତାନଙ୍କ ଗୌରବରେ ଗୌରବାନ୍ଵିତ ହେବେ । ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ଘର ଲୋକଙ୍କୁ କୈଫିୟତ ଦେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ଉପରେ ନିର୍ଭର ନ କରି ସ୍ଵାବଲମ୍ବୀ ହେବା ପାଇଁ ଚେଷ୍ଟା କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କର୍କଟ-
ବନ୍ଧୁବାନ୍ଧବମାନେ ଆର୍ଥିକ କ୍ଷେତ୍ରରେ ସାହାର୍ଯ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୈାଣସି ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ଅଦାଲତରେ ଜୟଯୁକ୍ତ ହେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀଗଣେଶଙ୍କର ପୂଜା କରନ୍ତୁ

ସିଂହ-

ଆଜି ପ୍ରତ୍ୟେକ କାମ ସୁରୁଖୁରୁରେ ସମାପନ ହୋଇପାରିବା ସହ ଅର୍ଥ ଓ ସମ୍ମାନ ପାଇବେ । ପରିବହନ କ୍ଷେତ୍ରରେ, କ୍ରୀଡା ଓ ଚଳଚ୍ଚିତ୍ରରେ, ନିର୍ମାଣ କ୍ଷେତ୍ରରେ, ସଭାସମିତିରେ ସଫଳତା ହାସଲ କରିପାରିବେ । ପରିବାରରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ । ସରକାରୀ ସ୍ତରରେ ଅଟକି ରହିଥିବା କାମ ପାଇଁ ଟେନ୍ସନ ଦୂରୀଭୂତ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

କନ୍ୟା-
ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ଅବଶ୍ୟ ନିଜର କାର୍ଯ୍ୟଦକ୍ଷତା ହେତୁ ବନ୍ଧୁମାନଙ୍କ ଗହଣରେ ପ୍ରଂଶସିତ ହେବେ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଛୋଟ ଛୋଟ ସମସ୍ୟାର ଅଣଦେଖା ନ କରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଗଣେଶଙ୍କ ଜପ କରନ୍ତୁ

ତୁଳା-
ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ମଧ୍ୟରେ ଅଟକି ରହୁଥିବାରୁ ଚିନ୍ତା କ୍ରମଶଃ ବୃଦ୍ଧି ପାଇବ । ଆଜି ଆପଣଙ୍କର ଘର କାମ ସାଙ୍ଗକୁ ଅଫିସ୍ କାମ ବଳିଯିବ । ପ୍ରବାସୀ ବ୍ୟକ୍ତିମାନଙ୍କର ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ବିଛା-
ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବିଦ୍ଧି ପୂର୍ବକ ଶିବଙ୍କର ପୂଜା କରନ୍ତୁ

ଧନୁ-
ବ୍ୟବସାୟରେ ବାକି ରହିଥିବା ଅର୍ଥ କୌଶଳର ସହ ଆଦାୟରେ ସକ୍ଷମ ହେବେ । ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ ଆଗ୍ରହୀ ହୋଇପାରନ୍ତି । ଅଫିସ୍ କାମରେ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନରେ ଟେନ୍‌ସନ ବଢିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ମକର-
ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ପରିବାରର ଆବଶ୍ୟକ ଅର୍ଥ ସକାଶେ କରଜ କରି କାମ ତୁଲାଇ ନେବେ । ନିକଟତମ ବନ୍ଧୁଙ୍କୁ କିଛି ସାହାଯ୍ୟ ମାଗିବେ ଏହି ଭାବନାରେ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ । ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ ହେବେ । କଚେରି ମାମଲା ଅମିମାଂସିତ ରହିବା ହେତୁ ଦୁଶ୍ଚିନ୍ତା ବୃଦ୍ଧି ପାଇବା ଆଶଙ୍କା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ମୀନ-
ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କୋର୍ଟ କଚେରୀ ଓ ମାଲିମକଦ୍ଦମାରେ ବିଜୟୀ ହେବ । ମହିଳା ମାନେ କୈାଣସି ସଭାରେ ସମ୍ମାନିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today Odia Horoscope (Ajira Rashifala) – Daily Zodiac Predictions for All Rashis | Argus News