Videos
|
Horoscope

Horoscope / ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ମିଳିପାରେ ଖୁସି ଖବର

Sushanta Sahoo
Browse all articles by Sushanta Sahoo
·3 hours ago·4 min read
ଏହି ରାଶିର ବ୍ୟକ୍ତିଙ୍କୁ ଅଚାନକ ମିଳିପାରେ ଖୁସି ଖବର
Zodiac Predictions

Key Points

କୌଣସି ସହପାଠୀ ଆପଣଙ୍କ ଠାରୁ ସାହାଯ୍ୟ ଚାହିଁବେ । ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ ରହିବ ।
ମେଷ-
ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବ୍ୟବସାୟରେ ସମସ୍ୟା ସତ୍ତ୍ଵେ ଲାଭ ଆଦି ଫଳ ଭୋଗ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ପରୋକ୍ଷ ଶତ୍ରୁତା ଲାଗି ରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ବୃଷ-
ଆପଣଙ୍କର ସବୁ କାମ ସିଦ୍ଧି ହେବ । ପତି ପତ୍ନୀଙ୍କ ମଧ୍ୟରେ ସମ୍ବନ୍ଧ ମଧୁର ରହିବ । ବ୍ୟବସାୟରେ ବିଶେଷ ସଫଳତା ହାସଲ ହେବ । ଅଫିସରେ କାମର ବୋଝ ଅଧିକ ହୋଇପାରେ । ଆପଣ କୌଣସି ଖୁସି ଖବର ପାଇବେ । ନୂଆ ଉତ୍ସରୁ ଧନ ପ୍ରାପ୍ତି ହେବ । ଘରେ ସ୍ଵାଦିଷ୍ଟ ଖାଦ୍ୟ ଭୋଜନ କରିବେ । ଆପଣଙ୍କ ମସ୍ତିଷ୍କରେ ଅଚାନକ ଏଭଳି ବିଚାର ଆସିବ ଯାହା ପ୍ରଗତିର ଦ୍ବାର ଖୋଲିଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଧ୍ୟ ପାଇ ପାରନ୍ତି । ବେପାର ବୃତ୍ତିରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ପାରିବାରିକ ଜୀବନ ସୁଖମୟ ହେବ। ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ । କୌଣସି ବଡ଼ ଉଦ୍ୟୋଗରେ ଚାକିରି ପାଇଁ କଲ୍ ଆସିବ । ସରକାରୀ କାମରେ ଆପଣଙ୍କୁ ସଫଳତା ମିଳିବ । କ୍ୟାରିୟର ଲାଗି ଦିନଟି ବହୁତ ଭଲ ରହିବ । ପରିଶ୍ରମର ସନ୍ତୋଷଜନକ ଫଳ ପାଇବେ । ସାଙ୍ଗ ସହିତ ଆପଣଙ୍କ ସମ୍ବନ୍ଧ ମଜଭୁତ ହେବ । ବ୍ୟବସାୟୀଙ୍କୁ ଧନ ଲାଭ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ସପଂର୍କୀୟ ମାନଙ୍କ ସହିତ ବନ୍ଧୁତାରେ ଆବଦ୍ଧ ହୋଇ ପାରନ୍ତି । ଧାତୁ ଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦ୍ଵରେ ପଡିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ଗୁଡିକ ସହଜ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ମାଙ୍କଡ଼କୁ ଗୁଡ଼ ଖାଇବାକୁ ଦିଅନ୍ତୁ

କନ୍ୟା-
ଆପଣଙ୍କର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ ହେବ । ଧନ ମାମଲାରେ ସ୍ଥିତି ବହୁତ ଭଲ ହେବ । ବୈବାହିକ ଜୀବନରେ ଖୁସି ଆସିବ । ଆପଣ ନିଜର ବେପାରକୁ ନେଇ ବଡ଼ ନିର୍ଣ୍ଣୟ ନେବେ । ଭାବିଥିବା କାମର ଗତି ମଜଭୁତ ହେବ । ଆଖପାଖର ଲୋକ ଆପଣଙ୍କ ବ୍ୟକ୍ତିତ୍ଵରେ ଖୁସି ହେବେ । ପ୍ରିୟଜନଙ୍କ ସହିତ ସମ୍ବନ୍ଧରେ ମଧୁରତା ବଢ଼ିବ । ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ

ତୁଳା-
ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ, ବର୍ଗଙ୍କ ସହିତ ସଂପର୍କ ମଜଭୁତ ରହିବ । ଖବରଦାତା, ଆଇନଜ୍ଞ ମାନେ ବିଶେଷ ଉପକୃତ ହେବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମାଲି ମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯାଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ବିଛା-
ପାରିବାରିକ କାମ ସଂପୂର୍ଣ୍ଣ କରିବାରେ ପରିବାର ସବୁ ଲୋକଙ୍କ ସହଯୋଗ ପାଇବେ । କୌଣସି ସହପାଠୀ ଆପଣଙ୍କ ଠାରୁ ସାହାଯ୍ୟ ଚାହିଁବେ । ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ ରହିବ । ନିଜର କାର୍ଯ୍ୟ ସଂପୂର୍ଣ୍ଣ କରିବାରେ ବାପା ମାଆଙ୍କର ସହଯୋଗ ପାଇବେ । ଅଚାନକ ଖୁସି ଖବର ପାଇବେ । ଛାତ୍ରଛାତ୍ରୀ ପ୍ରତିଯୋଗୀ ପରୀକ୍ଷା ପାଇଁ ମନ ବନାଇବେ । ପ୍ରେମ ସଂପର୍କ ନିବିଡ଼ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଚାକିରିରେ ନିଜକୁ ସଞ୍ଜତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
କର୍ତ୍ତୃପକ୍ଷଙ୍କ କଥା ଧ୍ୟାନ ଦେଇ ଶୁଣିବା ପରେ ମତ ଦିଅନ୍ତୁ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ମହିଳାମାନଙ୍କ ଲାଗି ଦିନଟି ବଢ଼ିଆ ରହିବ । ବନ୍ଧୁ ସହ ଭଲରେ ସମୟ ଅତିବାହିତ କରିବେ । ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ । କଳାତ୍ମକ କାର୍ଯ୍ୟରେ ଆପଣଙ୍କର ରୁଚି ବଢ଼ିବ । ବ୍ୟବସାୟରେ ଉନ୍ନତି ହେବ । ଆର୍ଥିକ ବିଷୟରେ କୌଣସି ଲୋକ ସାହାଯ୍ୟକାରୀ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଅସ୍ଵାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-

ପୁରୁଣା କଥାକୁ ନେଇ ଟିକେ ଚିନ୍ତିତ ହୋଇପାରନ୍ତି । ସନ୍ଧ୍ୟା ସୁଦ୍ଧା ସବୁ ଠିକ୍ ହୋଇଯିବ । ଛାତ୍ରଛାତ୍ରୀ ଅନଲାଇନରେ କିଛି ଜିନିଷ ଶିଖିବା ପାଇଁ ମନ ବନାଇବେ । ଆପଣ କୌଣସି ଶୁଭ ଖବର ପାଇବେ । ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ । ଆପଣଙ୍କ ଯୋଜନା ସଫଳ ହେବ । ନୂଆ ଲୋକଙ୍କ ଠାରୁ ଶୁଭକାମରେ ସାହାଯ୍ୟ ପାଇପାରନ୍ତି । ଅଫିସରେ ବରିଷ୍ଠ ଅଧିକାରୀଙ୍କର ସହଯୋଗ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: