Videos
|
Horoscope

Rashifal Today / ସୋମବାର କେମିତି ରହିବ ଆପଣଙ୍କ ଦିନ ଜାଣିନିଅନ୍ତୁ?

Ritu Das
Browse all articles by Ritu Das
·1 hour ago·3 min read
ସୋମବାର କେମିତି ରହିବ ଆପଣଙ୍କ ଦିନ ଜାଣିନିଅନ୍ତୁ?
India

Key Points

ମେଷ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ
ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ
ମେଷ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ। ସଭାସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ବୃଷ-
କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି। ସାହିତ୍ୟ, ସଙ୍ଗୀତ ଓ ସୃଜନଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ। ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କର୍କଟ-
ନିଜ କାର୍ଯ୍ୟକ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହୀ ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା’ ଭୁବନେଶ୍ବରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ଜମିରେ ନିବେଶ ପାଇଁ ଶୁଭ ରହିବ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ନୂଆ ଜମି କିଣିବା ଆଗରୁ ଶୁଭ ମୁହୁର୍ତ୍ତ ଦେଖି କିଣନ୍ତୁ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ତୁଳା-
ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତ୍ତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଜମିଜମା କିଣିବାର ସୁଯୋଗ ରହିଛି । ଚାକିରିରେ କୌଣସି ଗୋଟେ ବଡ ପଦବୀ ଯାଇପାରେ । ମହିଳା ମାନେ ଧର୍ମପରାୟଣ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା-
ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ କ୍ୟାରିୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ । ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଖେଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ଛୋଟ ଛୋଟ କଥାର ଅଣଦେଖା ନ କରିବା ଭଲ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମୀନ-
ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମସପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ