Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - କାହାର ଖୋଲିବ ଭାଗ୍ୟର ଦ୍ୱାର, କାହାକୁ ରହିବାକୁ ପଡିବ ସତର୍କ ? ଜାଣନ୍ତୁ...

Horoscope

Horoscope / କାହାର ଖୋଲିବ ଭାଗ୍ୟର ଦ୍ୱାର, କାହାକୁ ରହିବାକୁ ପଡିବ ସତର୍କ ? ଜାଣନ୍ତୁ...

Rashmita Mishra
Browse all articles by Rashmita Mishra
·2 hours ago·3 min read
କାହାର ଖୋଲିବ ଭାଗ୍ୟର ଦ୍ୱାର, କାହାକୁ ରହିବାକୁ ପଡିବ ସତର୍କ ? ଜାଣନ୍ତୁ...
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ 
ମେଷ-
କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର‌୍ୟ୍ୟାଆରମ୍ଭ କରିବେ । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତୀର୍ଣ୍ଣ ହେବେ । ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-
ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି । ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
କର୍ମକ୍ଷେତ୍ରରେ ବ୍ୟବସ୍ତତା ହେତୁ ପରିବାରରେ ଅଶାନ୍ତି ଉପୁଜବ । ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ । ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ। ରାଜନୈତିକ ସ୍ଥିତି ସଂଘର୍ଷମୟ ରହିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ମନରେ ଧାର୍ମିକ ଭାବନା ଉଦେୟ ହେବ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସଂମ୍ଭାବନା ଅଧିକ ରହିଛି । କୌଣସି କାର‌୍ୟ୍ୟ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । କୋର୍ଟରେ ଶୁଭ ଖବର ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ସିଂହ-
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି। କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ। ଆର୍ଥିକ ପରିସ୍ଥିତି ଠିକ୍ ନ ଥିଲେ ମଧ୍ୟ ପିଲାଙ୍କ ପଢାରେ କିଛି ଅସୁବିଧା ହେବ ନାହିଁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାର କଥା ମନକୁ ଆନ୍ଦୋଳିତ କରିପାରେ । ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ପରିବାରର ସଦସ୍ୟ ମାନେ ଆପଣଙ୍କ ମତାମତକୁ ସମର୍ଥନ କରିବେ । ସିଭିଲ ଇଂଜିନିୟରଙ୍କ ଲାଗି ଦିନଟି ଆରାମଦାୟକ ରହିବ । ଅଫିସ୍ ର କାମ ଠିକ୍ ସମୟରେ ପୂରା ହୋଇଯିବ । ପିଲାମାନେ ଖେଳ କୁଦରେ ମାତିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦକ୍ଷେପ ନେବା ପାଇଁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ବିଛା-
ଧୈର‌୍ୟ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଧନୁ-
ବ୍ୟବସାୟରେ ଭଲ ଟଙ୍କା ରୋଜଗାର କରିବେ କିନ୍ତୁ ଖର୍ଚ୍ଚର ବୃଦ୍ଧି ଆପଣଙ୍କୁ ସଞ୍ଚୟ କରିବା କଷ୍ଟକର କରିବ । ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ । ଦୀର୍ଘଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ଜମି କିଣିବା ପାଇଁ ଚିନ୍ତା କରିପାରନ୍ତି । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
କର୍ମ କ୍ଷେତ୍ରରେ ବହୁ ବାଧା ବିଘ୍ନ ସତ୍ୱେ ସଫଳତା ପାଇବେ । ଶାରୀରିକ ଅସୁସ୍ଥତା ଦେଖାଦେବ । ରାଜନିତିରେ ସମ୍ମାନ ହାନି ଓ ଅପବ୍ୟୟ ଘଟିପାରେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ପିତୃପୁରୁଷ ସମ୍ପତ୍ତି ପାଇବାର କ୍ଷମତା ଆଣିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ଆୟର ପନ୍ଥା ସହଜ ହେବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ଆର୍ଥୀକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଯାନବାହାନ କୁ ନେଇ ଭାଇ ଭାଇ ମଧ୍ୟରେ ମତାନ୍ତର ଦେଖା ଦେଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ, ଗୁରୁଜନଙ୍କ ପାଖରେ ଆଦୃତ ହେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored