Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ , ଜାଣନ୍ତୁ କ'ଣ କହୁଛି ଆପଣଙ୍କ ଭାଗ୍ୟ...

Swoyang prajna Mishra
Browse all articles by Swoyang prajna Mishra
·11 months ago·4 min read
ଆଜିର ରାଶିଫଳ , ଜାଣନ୍ତୁ କ'ଣ କହୁଛି ଆପଣଙ୍କ ଭାଗ୍ୟ...

Key Points

ଦିନଟି ଜୀବନରେ ଏକ ନୂଆ ଦିଶା ନେଇ ଆସିବ। ଅନ୍ୟ ଜିଲ୍ଲାରେ ବେପାର କରିପାରନ୍ତି। ପରିବାର ଲୋକଙ୍କର ପୂରା ସହଯୋଗ ପାଇବେ। ଅଫିସରେ କୌଣସି ଅଧିବେଶନର ଭାଗ ନେବେ। ଆପଣ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରିବେ।

୨୧.ସୋମବାର
ମେଷ-
ବେପାରରେ ଲାଭ ହେବ। କଳା ସାହିତ୍ୟ ଲୋକଙ୍କ ଲାଗି ଦିନଟି ଭଲ। ଆପଣ ନିଜର ପ୍ରତିଭା ପ୍ରଦର୍ଶନ ପାଇଁ ପୂରା ମଉକା ପାଇବେ। ଅଫିସରେ କୌଣସି ସହକର୍ମୀଙ୍କ ସହିତ ବନ୍ଧୁତା ହେବ। ସମାଜସେବା କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ବନ୍ଧୁ ସାହାଯ୍ୟରେ ଆପଣଙ୍କ ଯୋଜନା ସଫଳ ହେବ। ବ୍ୟବସାୟରେ ମନ ମୁତାବକ ସଫଳତା ପାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ବୃଷ-
କାର୍ଯ୍ୟକ୍ଷେତ୍ରରେ୍ ଖୁବ୍ ପରିଶ୍ରମ କରିବେ। ଆପଣଙ୍କୁ ନିଜର ଉପଲବ୍ଧି ଉପରେ ଗର୍ବ ହେବ। ମନୋରଂଜନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଲାଭକାରୀ ହେବ। ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଚେଷ୍ଟା କରିବେ। ଅଫିସରେ କାମର ବୋଝ ଅଧିକ ହୋଇପାରେ। ଅଚାନକ ଧନଲାଭ ହେବ। ପ୍ରିୟଜନ ମିଳନ। ସ୍ଵାଦିଷ୍ଟ ଖାଦ୍ୟ ଭୋଜନ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଦିନଟି ଉତ୍ସାହ ଭରା ରହିବ। କୌଣସି ପାଖ ଲୋକଙ୍କୁ ଆପଣଙ୍କ ଠାରୁ କିଛି ଅପେକ୍ଷା ହେବ। ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ। ଜୀବନସାଥୀ ଠାରୁ କୌଣସି ଖୁସି ଖବର ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

କର୍କଟ-
କୌଣସି କାମରେ ନିଜ ଲୋକଙ୍କର ସାହାଯ୍ୟ ପାଇପାରନ୍ତି। ଆର୍ଥିକ ସ୍ଥିତି ସୁଦୃଢ ହେବ। ଜୀବନସାଥୀ ସହିତ ସମ୍ବନ୍ଧରେ ମଧୁରତା ବଢ଼ିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। କୌଣସି ବ୍ୟକ୍ତିଙ୍କ ଠାରୁ ଆଶା ଠାରୁ ଅଧିକ ଲାଭ ପାଇବେ। ରାଜନୀତିରେ ମହତ୍ବାକାଂକ୍ଷା ପୂରା ହେବ। ନବବିବାହିତ ଦମ୍ପତ୍ତିଙ୍କ ସମ୍ବନ୍ଧରେ ମଧୁରତା ବଢ଼ିବ। ଓକିଲଙ୍କ ଲାଗି ଦିନଟି ଭଲ ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ଜୀବନରେ ହେବାକୁ ଯାଉଥିବା ପରିବର୍ତ୍ତନ ଆପଣଙ୍କ ସପକ୍ଷରେ ହେବ। ଆପଣଙ୍କୁ ରୋଜଗାରର ନୂଆ ଅବସର ମିଳିବ। ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। ଘରକୁ କୌଣସି ବନ୍ଧୁ ଆସିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ କାମର ପ୍ରଶଂସା ହେବ। ଅଫିସରେ କାର୍ଯ୍ୟ ଭାର ଅଧିକ ହୋଇପାରେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଏହା ଦ୍ବାରା ଆପଣଙ୍କୁ ଲାଭ ହେବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

କନ୍ୟା-
ଅସହାୟ ଲୋକଙ୍କୁ ସାହାଯ୍ୟ କରିବେ। ଅର୍ଥ ସଂପର୍କିତ କିଛି କାମରେ ଆପଣ ସାବଧାନ ରହନ୍ତୁ। ଜରୁରୀ କାମ ଉପରେ ବିଚାର କରିବାର ମଉକା ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ପୂଜାପାଠରେ ଅଧିକ ସମୟ ବିତିବ। ଭାବିଥିବା କାମ ସଂପୂର୍ଣ୍ଣ ହେବ। ଆପଣଙ୍କ କାମ ଦେଖି କତୃପକ୍ଷ ଖୁସି ହେବେ। ଜୀବନସାଥୀଙ୍କୁ ମନର କଥା କହିବେ। ଛାତ୍ରଙ୍କ ଲାଗି ଦିନଟି ଭଲ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା-
ଦିନଟି ଜୀବନରେ ଏକ ନୂଆ ଦିଶା ନେଇ ଆସିବ। ଅନ୍ୟ ଜିଲ୍ଲାରେ ବେପାର କରିପାରନ୍ତି। ପରିବାର ଲୋକଙ୍କର ପୂରା ସହଯୋଗ ପାଇବେ। ଅଫିସରେ କୌଣସି ଅଧିବେଶନର ଭାଗ ନେବେ। ଆପଣ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରିବେ। ଆପଣଙ୍କର ଜଣାଶୁଣା ନୂଆ ଲୋକଙ୍କ ସହିତ ହେବ। କୌଣସି ନୂଆ ଦାୟିତ୍ବ ଆପଣ ଶୀଘ୍ର ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ଦିନଟି ଆରମ୍ଭ ଶାନ୍ତ ମନରେ କରିବେ। କାମରେ ଜୀବନସାଥୀର ସହଯୋଗ ପାଇବେ। ଅଯଥା ବିବାଦ ଠାରୁ ଦୂରରେ ରହନ୍ତୁ। ସରକାରୀ କ୍ଷେତ୍ରରେ ଲାଭ ମିଳିବାର ସମ୍ଭାବନା ଅଛି। ‌ପରିବାରରେ କୌଣସି ଲୋକଙ୍କ ସହ କଳହ ହୋଇପାରେ। କଳାକ୍ଷେତ୍ରରେ ଥିବା ଲୋକଙ୍କୁ ସମ୍ମାନ ମିଳିବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ‌
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଧନୁ-
ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କାହାରିକୁ ସାହାଯ୍ୟ ମାଗିବାରେ ସଂକୋଚ କରନ୍ତୁ ନାହିଁ। ପ୍ରତ୍ୟେକ କାର୍ଯ୍ୟ ଧୈର୍ଯ୍ୟଧରି ଓ ବୁଦ୍ଧିମତ୍ତାରେ କରନ୍ତୁ। ଅଫିସରେ ଆପଣଙ୍କ ବ୍ୟକ୍ତିତ୍ବର ପ୍ରଶଂସା ହେବ। ପୂର୍ବରୁ କରି ଆସୁଥିବା କାମ ସଂପୂର୍ଣ୍ଣ ହୋଇଯିବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ନିକଟ ସଂପର୍କୀୟଙ୍କର ପରାମର୍ଶ ନିଅନ୍ତୁ। କାରବାରରେ ଲାଗି ରହିଥିବା ଅବରୋଧ ଦୂର ହୋଇଯିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ମକର-
ବେପାରରେ ଅଚାନକ ଧନଲାଭ ହେବା ଯୋଗୁଁ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଅଫିସରେ କାମ ନିର୍ଦ୍ଧାରିତ ସମୟରେ ପୂରା କରିନେବେ। କାମ, ପରିବାର ଓ ବନ୍ଧୁମାନଙ୍କ ସହିତ ଭାରସାମ୍ୟ କାଏମ୍ ରଖନ୍ତୁ। ‌କୌଣସି କାମରେ ଭଲ ପ୍ରଦର୍ଶନ ଦେବା ପାଇଁ କିଛି ନୂଆ କରିବେ। ସାମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ ମାନ ସମ୍ମାନ ବଢ଼ିବ। ମହିଳା ଶିଳ୍ପୋଦ୍ୟୋଗୀଙ୍କୁ ଯଥେଷ୍ଟ ଲାଭ ମିଳିବ। ‌
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
କୌଣସି ବନ୍ଧୁ ସହିତ ମିଶିବା ପାଇଁ ତାଙ୍କ ଘରକୁ ଯିବେ। ଅଫିସ କାମରେ ଦୂର ସ୍ଥାନକୁ ଯିବେ। ଶିକ୍ଷକଙ୍କ ପାଇଁ ପଦୋନ୍ନତିର ଯୋଗ ଅଛି। ବିବାଦ ଠାରୁ ଦୂରରେ ରହନ୍ତୁ। ବ୍ୟବସାୟରେ ଲାଭ ପାଇବେ।ଇଂଜିନିୟର ନିଜ ଅନୁଭବର ପ୍ରୟୋଗ ସଠିକ୍ ଦିଶାରେ କଲେ ଯାଇ ସଫଳତା ପାଇବେ। ଆୟର ଉତ୍ସ ବଢ଼ିବ ଏବଂ ଆର୍ଥିକ ସ୍ଥିତି ସୁଧୁରିବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଆନନ୍ଦ ଦାୟକ ରହିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-
ପରିବାର ପାଇଁ ନୂଆ ଖୁସି ନେଇ ଆସିବ। ସନ୍ତାନ ପକ୍ଷର ସଫଳତା ଆପଣଙ୍କୁ ଖୁସି ଦେବ। ବନ୍ଧୁମାନଙ୍କ ସହିତ ମଉଜ ମସ୍ତିରେ ବ୍ୟସ୍ତ ରହିବେ। ପ୍ରେମୀ ଯୁଗଳଙ୍କ ଲାଗି ଭଲ ଦିନଟିଏ। ‌ବ୍ୟବସାୟରେ ପ୍ରଗତି ପାଇଁ ଦିନଟି ବହୁତ ଭଲ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ସୁଦୃଢ଼ ହେବ। ବୈବାହିକ ସମସ୍ୟାର ସମାଧାନ ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ‌
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
todays-horoscope-21-07-2025 | Argus News